Posted inଜାତୀୟ

କେନ୍ଦ୍ର ପାଖରେ ୧୦.୬୯ ଲକ୍ଷ ଯୌନ ଅପରାଧୀଙ୍କ ତଥ୍ୟ

ନୂଆଦିଲ୍ଲୀ, ୨୮ା୪: ଦେଶରେ ଯୌନ ଅପରାଧ କରିଥିବା ୧୦.୬୯ ଜଣଙ୍କ ବାବଦରେ ବିସ୍ତୃତ ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପାଖରେ ରହିଛି। ନୂଆ ଅପରାଧକୁ ଟ୍ରାକ୍‌ କରିବା ନିମନ୍ତେ ସେମାନଙ୍କ ପ୍ରୋଫାଇଲ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ପାଖରେ ଉପଲବ୍ଧ ଥିବା ମନ୍ତ୍ରଣାଳୟ ପକ୍ଷରୁ ୨୦୨୧-୨୨ର ବାର୍ଷିକ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ଅନୁସାରେ, ନ୍ୟାଶନାଲ ଡାଟାବେସ୍‌ ଅନ୍‌ ସେକ୍ସୁଆଲ ଅଫେଣ୍ଡର୍ସ (ଏନ୍‌ଡିଏସ୍‌ଓ) ଦେଶର ୧୦.୬୯ ଅଭ୍ୟାସଗତ ଯୌନ ଅପରାଧୀଙ୍କ ସୂଚନା ରଖିଛି। ସେମାନେ ଯେପରି ଆଗକୁ କୌଣସି ଅପରାଧ ନ କରନ୍ତି ତାହା ଉପରେ ନଜର ରଖାଯାଇଛି। ବଳାତ୍କାର, ଗଣବଳାତ୍କାର, ଯୌନ ନିର୍ଯାତନା ମାମଲା ସମେତ ପୋକ୍ସୋ ଆଇନ ବଳରେ ଦୋଷୀ ହୋଇଥିବା ଅପରାଧୀଙ୍କ ସୂଚନା ଏହି ଡାଟାବେସ୍‌ରେ ରହିଛି। ଏଥିରେ ସେମାନଙ୍କ ନାଁ, ଠିକଣା, ଫଟୋ, ପରିଚୟ ପତ୍ର, ଫିଙ୍ଗରପ୍ରିଣ୍ଟ ଆଦି ରହିଛି। କୌଣସି ଆପରାଧିକ ମାମଲାର ଯାଞ୍ଚ କିମ୍ବା ଅପରାଧ ରୋକିବା ପାଇଁ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ଯେ କୌଣସି ସମୟରେ ଏହି ତଥ୍ୟ ହାସଲ କରିପାରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇଣ୍ଟର ଅପରେବଲ୍‌ କ୍ରିମିନାଲ ଜଷ୍ଟିସ୍‌ ସିଷ୍ଟମ (ଆଇସିଜେଏସ୍‌)ର ବ୍ୟବସ୍ଥା ଅନୁସାରେ ଅଭ୍ୟାସଗତ ଅପରାଧୀଙ୍କ ପରିଚୟ ହାସଲ କରି ମହିଳା ବିରୋଧୀ ହିଂସା ଏବଂ ଅପରାଧ ରୋକିବା ନିମନ୍ତେ ଏନ୍‌ଡିଏସ୍‌ଓ ୨୦୧୮ ସେପ୍ଟେମ୍ବରରେ ଗଠନ ହୋଇଥିଲା। ଭାରତ ସମେତ ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ, କାନାଡା, ଆୟର୍ଲାଣ୍ଡ, ନ୍ୟୁଜିଲାଣ୍ଡ, ଦକ୍ଷିଣ ଆଫ୍ରିକା ଭଳି ଦେଶରେ ଏଭଳି ସିଷ୍ଟମ ରହିଛି। ତେବେ ସର୍ବସାଧାରଣରେ ଅପରାଧୀଙ୍କ ପରିଚୟ ପ୍ରଘଟ କରିବା ବ୍ୟବସ୍ଥା କେବଳ ଆମେରିକାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri