ଓଡ଼ିଶା ଚାଷୀଙ୍କୁ ପର୍ଯ୍ୟାପ୍ତ ୟୁରିଆ ସାର ଯୋଗାଇବାକୁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୮: ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ଶୁକ୍ରବାର କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚଳିତ ଖରିଫ ଋତୁରେ ଓଡ଼ିଶାର ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ୟୁରିଆ ସାର ଯୋଗାଣ ନେଇ ମାଣ୍ଡଭିୟ ପ୍ରତିଶ୍ରୁତି ଦେଇଥିବା ଟୁଇଟ୍‌ ଯୋଗେ ପ୍ରଧାନ କହିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ବିଭିନ୍ନ ମହଲରୁ ଅଭିଯୋଗ ହେବା ପରେ ନବରଙ୍ଗପୁରର ପୂର୍ବତନ ଏମ୍‌ପି ବଳଭଦ୍ର ମାଝି ତାଙ୍କୁ ଅବଗତ କରିଥିଲେ। ଏହା ପରେ ସେ କେନ୍ଦ୍ରମନ୍ତ୍ରୀ ମାଣ୍ଡଭିୟଙ୍କ ସହ କଥା ହୋଇଥିଲେ। ଉଲ୍ଲେଖନୀୟ ଯେ, ପ୍ରଧାନଙ୍କ ଏ ସମ୍ପର୍କିତ ଟୁଇଟ୍‌ରେ ପ୍ରତିକ୍ରିୟା ଦେଇ ମାଣ୍ଡଭିୟ ଓଡ଼ିଶାର କୋଣ ଅନୁକୋଣକୁ ପର୍ଯ୍ୟାପ୍ତ ସାର ଯୋଗାଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri