Posted inଜାତୀୟ

ପିଲାଙ୍କ ଭବିଷ୍ୟତ ସହ ଖେଳୁଛି କେନ୍ଦ୍ର

ନୂଆଦିଲ୍ଲୀ, ୯ା୬: ମେଡିକାଲ କଲେଜଗୁଡ଼ିକରେ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ୧୪୫୬ ସିଟ୍‌ ଫାଙ୍କା ପଡ଼ିଛି। ଏହାକୁ ନେଇ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସିଟ୍‌ ପୂରଣ ପାଇଁ ମେଡିକାଲ କାଉନ୍‌ସେଲିଂ କମିଟି (ଏମ୍‌ସିସି) ଏବଂ କେନ୍ଦ୍ର ସରକାର ମୋପ୍‌-ଅପ୍‌ ରାଉଣ୍ଡ କାଉନ୍‌ସେଲିଂ ନ କରି ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ବୋଲି ଜଷ୍ଟିସ୍‌ ଏମ୍‌. ଆର୍‌. ଶାହା ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି।

ଅଧିକ ସଂଖାରେ ଡାକ୍ତର ଏବଂ ସୁପର ସ୍ପେଶାଲିଟି ମେଡିକାଲ ପ୍ରଫେସନାଲ ଆବଶ୍ୟକ ଥିବାବେଳେ କାହିଁକି ସିଟ୍‌ ଖାଲିପଡ଼ିଛି? ଏଥିଯୋଗୁ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକ କେଉଁଭଳି ମାନସିକ ଦୁଶ୍ଚିନ୍ତାରେ ରହୁଥିବେ ସେ କଥା କ’ଣ ବିଚାର କରାଯାଇଛି କି ବୋଲି ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏନ୍‌ଇଇଟି-ପିଜି ୨୦୨୧-୨୨ ପରୀକ୍ଷା ଦେଇଥିବା କେତେଜଣ ଡାକ୍ତରଙ୍କ ପକ୍ଷରୁ ହୋଇଥିବା ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ଏହା କେବଳ ଆଶାୟୀଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ ନାହିଁ ବରଂ ଦୁର୍ନୀତିକୁ ମଧ୍ୟ ପ୍ରୋତ୍ସାହିତ କରିବ। ଏ ନେଇ ଅଦାଲତ ବିଚାର କରିସାରିଛନ୍ତି।

କେତେ ସଂଖ୍ୟାରେ ଛାତ୍ରୀଛାତ୍ରଙ୍କୁ ଆଡ୍‌ମିଶନ ମିଳିବ ସେଥିପାଇଁ ଏକ କଟ୍‌-ଅଫ୍‌ ତାରିଖ ଧାର୍ଯ୍ୟ କରାଯିବା ଜରୁରୀ। ଯଦି ଛାତ୍ରୀଛାତ୍ରମାନଙ୍କୁ ଆଡ୍‌ମିଶନ ନ ମିଳେ ଏବଂ ଖାଲିଥିବା ସିଟ୍‌ ପୂରଣ ନ ହୁଏ ତେବେ ସେମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତ ନିର୍ଦ୍ଦେଶ ଜାରି କରିବେ ବୋଲି ଖଣ୍ଡପୀଠ କହିଛନ୍ତି। ସେହିପରି କୌଣସି ଗୋଟିଏ କୋର୍ସରେ ସିଟ୍‌ ଫାଙ୍କା ରହିଲେ ଏହା କିପରି ପୂରଣ ହେବ ତାହା ଏମ୍‌ସିସିର ଦାୟିତ୍ୱ କୋର୍ଟ ଟିପ୍ପଣୀ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପାଇଁ କେନ୍ଦ୍ର ସରକାର ଏବଂ ଏମ୍‌ସିସି ସେମାନଙ୍କ ଅଧିକାରୀଙ୍କୁ ଗୁରୁବାର କୋର୍ଟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri