‘ଟିକା ନିଅଣ୍ଟ ପାଇଁ କେନ୍ଦ୍ର ଦାୟୀ’

ନୂଆଦିଲ୍ଲୀ, ୧୧।୪: ଦେଶରେ କୋଭିଡ୍‌ ଟିକାର ନିଅଣ୍ଟ ସ୍ଥିତି ପାଇଁ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଭୁଲ୍‌ କୋଭିଡ୍‌ ପରିଚାଳନାକୁ ଦାୟୀ କରିଛନ୍ତି। ଦେଶର କୋଭିଡ୍‌ ସ୍ଥିତି ଏବଂ ସଂକ୍ରମଣ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସୋନିଆ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହ ଶନିବାର ଏକ ଭର୍ଚୁଆଲ ବୈଠକ କରିଥିଲେ। ଏଥିରେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ, ରାଜସ୍ତାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ କଂଗ୍ରେସ ନେତ୍ରୀ ଟେଷ୍ଟିଂ, ଟ୍ରେସିଂ ଏବଂ ଟିକାକରଣକୁ ଗୁରୁତ୍ୱ ଦେବା ସହ ସଂକ୍ରମଣ ସଂଖ୍ୟାକୁ ନେଇ ସରକାର ସ୍ବଚ୍ଛତା ଅବଲମ୍ବନ କରିବା ଉଚିତ ବୋଲି କହିଛନ୍ତି। ପ୍ରଥମେ ଭାରତରେ ଟିକାକରଣ ଅଭିଯାନକୁ ଫୋକସ କରାଯିବା ଜରୁରୀ। ଏହା ପରେ ଅନ୍ୟ ଦେଶକୁ ଟିକା ରପ୍ତାନି କିମ୍ବା ସହାୟତା ଭାବେ ଯୋଗାଯାଇପାରିବ। ନରେନ୍ଦ୍ର ମୋଦି ସରକାରଙ୍କ ଟିକା ପରିଚାଳନାକୁ ସମାଲୋଚନା କରି ସୋନିଆ କହିଛନ୍ତି, ବିଭିନ୍ନ ଦେଶକୁ ଟିକା ରପ୍ତାନି କରାଯିବା ଫଳରେ ଦେଶରେ ନିଅଣ୍ଟ ସ୍ଥିତି ସୃଷ୍ଟି ହେଲା। ରାହୁଲ ମଧ୍ୟ ଦିନକ ପୂର୍ବରୁ ଟିକାର ଘରୋଇ ଆବଶ୍ୟକତା ଉପରେ ପ୍ରାଥମିକତା ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମହାରାଷ୍ଟ୍ର ସମେତ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଛତିଶଗଡ଼ ଓ ବିହାର ଟିକ ା
ନିଅଣ୍ଟର ସମ୍ମୁଖୀନ ହୋଇଛନ୍ତି। ବିଭିନ୍ନ ରାଜ୍ୟରେ ନିର୍ବାଚନ ପ୍ରଚାର ର଼୍ୟାଲି ଓ ଧର୍ମୀୟ ସମାବେଶ ବେଳେ ବିପୁଳ ଜନସମାଗମ ସଂକ୍ରମଣ ବଢ଼ାଉଛି। ଜାତୀୟ ସ୍ବାର୍ଥକୁ ଊର୍ଦ୍ଧ୍ୱରେ ରଖି ଆମେ ଏଥିପାଇଁ ନିଜକୁ ଦାୟୀ କରିବା ଆବଶ୍ୟକ ବୋଲି କଂଗ୍ରେସ ନେତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri