କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ କେବଳ ବୋନସ ପରିମାଣ ହେଉଛି ୫୯.୭୮ କୋଟି ଟଙ୍କା। ଏଥିସହିତ କେନ୍ଦୁପତ୍ର କର୍ମଚାରୀଙ୍କ ସହାୟତା ରାଶିକୁ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। କେନ୍ଦୁପତ୍ର କର୍ମଚାରୀଙ୍କର ମୃତ୍ୟୁ କିମ୍ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମ ହେଲେ ଅନୁକମ୍ପାମୂଳକ ସହାୟତା ବାବଦକୁ ୨ ଲକ୍ଷ ଟଙ୍କା ମିଳିବ। ସୋମବାର କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।
କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ପାଇଁ ଚଳିତ ବର୍ଷ ବୋନସ, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି। କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାଆନ୍ତି। ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ୨୦୧୪ରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳିମାନଙ୍କୁ ସାମିଲ କରିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଛି। ଏହାଦ୍ୱାରା ୭ ଲକ୍ଷ ୫୪ ହଜାର ୬୩୧ କେନ୍ଦୁପତ୍ର ତୋଳାଳି, ୧୮,୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬,୫୩୩ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡାଇରେକ୍ଟ ବେନିଫିଟ୍‌ ଟୁ ଟ୍ରାନ୍ସଫର (ଡିବିଟି) ଜରିଆରେ ପଇଠ କରାଯାଇଛି।
ଏହି ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଯୋଗଦେଇ ନିଜର ମତାମତ ରଖିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?