Posted inଜାତୀୟ

କେନ୍ଦ୍ର, ମମତା ମୁହଁ।ମୁହିଁ

ନୂଆଦିଲ୍ଲୀ/କୋଲକାତା, ୧୨।୧୨: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗାଡ଼ି ଉପରକୁ ଆକ୍ରମଣ ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ ମାଗିଥିଲେ ହେଁ ମମତା ବାନାର୍ଜୀ ସରକାର ତାହା ଦେଇନାହାନ୍ତି। ଏପରିକି ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ୧୪ ତାରିଖରେ ହାଜର ହୋଇ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ କେନ୍ଦ୍ର କହିଥିବାବେଳେ ରାଜ୍ୟ ସରକାର ମନା କରିଦେଇଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲାଙ୍କୁ ପତ୍ର ଲେଖି ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ତାଙ୍କୁ ଉକ୍ତ ବୈଠକରୁ ବାଦ୍‌ ଦେବାକୁ ଅନୁରୋଧ କରିଛନ୍ତି। ଏଥିପାଇଁ ସେ କ୍ଷମା ଚାହିଁଛନ୍ତି। ସେହିପରି ନଡ୍ଡାଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାର ତଦନ୍ତ କରାଯାଇଥିବାରୁ ଡିଜିପି ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ହାଜର ହେବା ଆବଶ୍ୟକ ନାହିଁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଫଳରେ କେନ୍ଦ୍ର-ରାଜ୍ୟ ବିବାଦ ତୀବ୍ର ହେବାରେ ଲାଗିଛି।
ସୂଚନାଯୋଗ୍ୟ, ନଡ୍ଡାଙ୍କ କାର୍‌ ଉପରେ ଆକ୍ରମଣ ଘଟଣାକୁ ନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ୧୪ ତାରିଖରେ ହାଜର ହୋଇ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ ସମନ କରାଯାଇଥିଲା। ନଡ୍ଡା ଗୁରୁବାର ଏକ ସଭାରେ ଯୋଗଦେବା ପାଇଁ କୋଲକାତାର ଡାଇମଣ୍ଡ ହାର୍ବରକୁ ଯାଉଥିବାବେଳେ ତାଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଥିଲା। ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଓ ପ୍ରଶାସନ ସୁରକ୍ଷା ଦେଉଥିବା ଏବଂ ବିରୋଧୀ ଦଳଗୁଡ଼ିକର କୌଣସି ପ୍ରତିବାଦକୁ ଚାପି ଦିଆଯାଉଛି ବୋଲି ରାଜ୍ୟପାଳ ଧନଖର କୋଲକାତାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ଏବଂ ଡିଜିପି ବୀରେନ୍ଦ୍ର ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ କେନ୍ଦ୍ରକୁ ଅବଗତ କରାଇବା ସହ ରାଜନୈତିକ ହିଂସା ଓ ଅନ୍ୟ ଅପରାଧ ରୋକିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଅବଗତ କରାଇବେ। ନଡ୍ଡାଙ୍କ ଗସ୍ତବେଳେ ସୁରକ୍ଷାଜନିତ ତ୍ରୁଟିକୁ ନେଇ ମମତା ବାନାର୍ଜୀ ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ରିପୋର୍ଟ କେନ୍ଦ୍ରକୁ ଦିଆଯାଇନାହିଁ। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ନେଇ ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ପଶ୍ଚିମବଙ୍ଗ ମମତାଙ୍କ ଜାଗିର ନୁହେଁ। ସେ ନିଆଁ ସହ ଖେଳନ୍ତୁ ନାହିଁ ଏବଂ ଭାଜପାକୁ ବାହାର ଦଳ କହିବାରୁ ନିବୃତ୍ତ ରହିବାକୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ।
ଭାଜପା ଏହାର କେନ୍ଦ୍ରୀୟ ବଳ ସହ ଦଳ ଅଧ୍ୟକ୍ଷଙ୍କୁ ସୁରକ୍ଷା ଦେଇ ନ ପାରିବା ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ନଡ୍ଡାଙ୍କ ଉପରେ ଆକ୍ରମଣ ଯୋଜନାବଦ୍ଧ ହୋଇଥାଇପାରେ ବୋଲି ସେ ଆଶଙ୍କା ବ୍ୟକ୍ତ କରିଥିଲେ। ଅନ୍ୟପକ୍ଷରେ ନଡ୍ଡାଙ୍କ ଗାଡ଼ି ଉପରେ ଆକ୍ରମଣ ପାଇଁ ଭାଜପା ନେତାଙ୍କୁ ଦାୟୀ କରିଛି ଟିଏମ୍‌ସି। ଭାଜପା ନେତା ରାକେଶ ସିଂ ମିଛ ପ୍ରଚାର କରି ଲୋକମାନଙ୍କୁ ଉତ୍ତେଜନା ସୃଷ୍ଟି ଲାଗି ଉସୁକାଇଥିଲେ ବୋଲି ମମତାଙ୍କ ଦଳ ଅଭିଯୋଗ କରିଛି। ତାଙ୍କ ବିରୋଧରେ ଏତଲା ଦାଏର ହୋଇଛି। ରାକେଶଙ୍କ ନାମରେ ପୂର୍ବରୁ ୫୫ଟି ଅପରାଧ ମାମଲା ଥିବା ଟିଏମ୍‌ସି ଏମ୍‌ପି କଲ୍ୟାଣ ବାନାର୍ଜୀ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri