Posted inଜାତୀୟ

କେନ୍ଦ୍ର, ମମତା ମୁହଁ।ମୁହିଁ

ନୂଆଦିଲ୍ଲୀ/କୋଲକାତା, ୧୨।୧୨: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗାଡ଼ି ଉପରକୁ ଆକ୍ରମଣ ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ ମାଗିଥିଲେ ହେଁ ମମତା ବାନାର୍ଜୀ ସରକାର ତାହା ଦେଇନାହାନ୍ତି। ଏପରିକି ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ୧୪ ତାରିଖରେ ହାଜର ହୋଇ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ କେନ୍ଦ୍ର କହିଥିବାବେଳେ ରାଜ୍ୟ ସରକାର ମନା କରିଦେଇଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲାଙ୍କୁ ପତ୍ର ଲେଖି ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ତାଙ୍କୁ ଉକ୍ତ ବୈଠକରୁ ବାଦ୍‌ ଦେବାକୁ ଅନୁରୋଧ କରିଛନ୍ତି। ଏଥିପାଇଁ ସେ କ୍ଷମା ଚାହିଁଛନ୍ତି। ସେହିପରି ନଡ୍ଡାଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାର ତଦନ୍ତ କରାଯାଇଥିବାରୁ ଡିଜିପି ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ହାଜର ହେବା ଆବଶ୍ୟକ ନାହିଁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଫଳରେ କେନ୍ଦ୍ର-ରାଜ୍ୟ ବିବାଦ ତୀବ୍ର ହେବାରେ ଲାଗିଛି।
ସୂଚନାଯୋଗ୍ୟ, ନଡ୍ଡାଙ୍କ କାର୍‌ ଉପରେ ଆକ୍ରମଣ ଘଟଣାକୁ ନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ୧୪ ତାରିଖରେ ହାଜର ହୋଇ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ ସମନ କରାଯାଇଥିଲା। ନଡ୍ଡା ଗୁରୁବାର ଏକ ସଭାରେ ଯୋଗଦେବା ପାଇଁ କୋଲକାତାର ଡାଇମଣ୍ଡ ହାର୍ବରକୁ ଯାଉଥିବାବେଳେ ତାଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଥିଲା। ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଓ ପ୍ରଶାସନ ସୁରକ୍ଷା ଦେଉଥିବା ଏବଂ ବିରୋଧୀ ଦଳଗୁଡ଼ିକର କୌଣସି ପ୍ରତିବାଦକୁ ଚାପି ଦିଆଯାଉଛି ବୋଲି ରାଜ୍ୟପାଳ ଧନଖର କୋଲକାତାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ଏବଂ ଡିଜିପି ବୀରେନ୍ଦ୍ର ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ କେନ୍ଦ୍ରକୁ ଅବଗତ କରାଇବା ସହ ରାଜନୈତିକ ହିଂସା ଓ ଅନ୍ୟ ଅପରାଧ ରୋକିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଅବଗତ କରାଇବେ। ନଡ୍ଡାଙ୍କ ଗସ୍ତବେଳେ ସୁରକ୍ଷାଜନିତ ତ୍ରୁଟିକୁ ନେଇ ମମତା ବାନାର୍ଜୀ ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ରିପୋର୍ଟ କେନ୍ଦ୍ରକୁ ଦିଆଯାଇନାହିଁ। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ନେଇ ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ପଶ୍ଚିମବଙ୍ଗ ମମତାଙ୍କ ଜାଗିର ନୁହେଁ। ସେ ନିଆଁ ସହ ଖେଳନ୍ତୁ ନାହିଁ ଏବଂ ଭାଜପାକୁ ବାହାର ଦଳ କହିବାରୁ ନିବୃତ୍ତ ରହିବାକୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ।
ଭାଜପା ଏହାର କେନ୍ଦ୍ରୀୟ ବଳ ସହ ଦଳ ଅଧ୍ୟକ୍ଷଙ୍କୁ ସୁରକ୍ଷା ଦେଇ ନ ପାରିବା ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ନଡ୍ଡାଙ୍କ ଉପରେ ଆକ୍ରମଣ ଯୋଜନାବଦ୍ଧ ହୋଇଥାଇପାରେ ବୋଲି ସେ ଆଶଙ୍କା ବ୍ୟକ୍ତ କରିଥିଲେ। ଅନ୍ୟପକ୍ଷରେ ନଡ୍ଡାଙ୍କ ଗାଡ଼ି ଉପରେ ଆକ୍ରମଣ ପାଇଁ ଭାଜପା ନେତାଙ୍କୁ ଦାୟୀ କରିଛି ଟିଏମ୍‌ସି। ଭାଜପା ନେତା ରାକେଶ ସିଂ ମିଛ ପ୍ରଚାର କରି ଲୋକମାନଙ୍କୁ ଉତ୍ତେଜନା ସୃଷ୍ଟି ଲାଗି ଉସୁକାଇଥିଲେ ବୋଲି ମମତାଙ୍କ ଦଳ ଅଭିଯୋଗ କରିଛି। ତାଙ୍କ ବିରୋଧରେ ଏତଲା ଦାଏର ହୋଇଛି। ରାକେଶଙ୍କ ନାମରେ ପୂର୍ବରୁ ୫୫ଟି ଅପରାଧ ମାମଲା ଥିବା ଟିଏମ୍‌ସି ଏମ୍‌ପି କଲ୍ୟାଣ ବାନାର୍ଜୀ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?