Posted inଜାତୀୟ

ବାଂଲାଦେଶରେ ଶାନ୍ତି ଫେରାଇବା ପାଇଁ ଜାତିସଂଘର ସହାୟତା ନେଉ କେନ୍ଦ୍ର

କୋଲକାତା, ୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବାଂଲାଦେଶର ସାମ୍ପ୍ରତିକ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବାଂଲାଦେଶରେ ଶାନ୍ତି ଫେରାଇ ଆଣିବା ପାଇଁ ଜାତିସଂଘର ସହାୟତା ନେବାକୁ ସେ କେନ୍ଦ୍ର ସରକାରଙ୍କୁ ଅପିଲ କରିଛନ୍ତି। ପରିସ୍ଥିତିକୁ ସାମାନ୍ୟ କରିବା ପାଇଁ ଦେଶରେ ଜାତିସଂଘର ଶାନ୍ତି ରକ୍ଷା ମିଶନକୁ ନିୟୋଜନ କରିବାକୁ ମମତା ପ୍ରସ୍ତାବ ଦେଇଛନ୍ତି। ଏଥିପାଇଁ ଭାରତ ସରକାର ତୁରନ୍ତ ଜାତିସଂଘ ସହ ସମ୍ପର୍କ ସ୍ଥାପନ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ସେହିପରି ବାଂଲାଦେଶରେ ପୀଡ଼ିତ ଭାରତୀୟଙ୍କୁ ଉଦ୍ଧାର ତଥା ଥଇଥାନ ଦିଗରେ ଠୋସ୍‌ ପଦକ୍ଷେପ ଗ୍ରହଣ କରିବାକୁ ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି। ବାଂଲାଦେଶର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ପଶ୍ଚିମବଙ୍ଗ ବିଧାନସଭାକୁ ସମ୍ବୋଧନ କରି ମମତା କହିଛନ୍ତି, ଏହି ପ୍ରସଙ୍ଗରେ ଭାରତର ଷ୍ଟାଣ୍ଡ୍‌ ସ୍ପଷ୍ଟ ହେବା ଆବଶ୍ୟକ। ସମ୍ପ୍ରତି ଚାଲିଥିବା ସଂସଦର ଶୀତକାଳୀନ ଅଧିବେଶନରେ ପ୍ରଧାନମନ୍ତ୍ରୀ କିମ୍ବା ବହିର୍ବ୍ୟାପାର ମନ୍ତ୍ରୀ ବାଂଲାଦେଶରେ ଭାରତୀୟଙ୍କ ସ୍ଥିତିକୁ ନେଇ ବୟାନ ଦେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri