Posted inଜାତୀୟ

ଶାଗୁଣା ବଂଶ ରକ୍ଷା ଲାଗି କେନ୍ଦ୍ର ସରକାରଙ୍କୁ ହାଇକୋର୍ଟଙ୍କ ପରାମର୍ଶ… 

ନୂଆଦିଲ୍ଲୀ, ୧୪।୫ :    ପ୍ରାଣୀମାନଙ୍କ ଚିକିତ୍ସାରେ ବ୍ୟବହୃତ କେତେକ ଔଷଧ କାରଣରୁ ଶାଗୁଣାଙ୍କ ସଂଖ୍ୟା ହ୍ରାସ ପାଉଥିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଏନେଇ ଦାଖଲ ହୋଇଥିବା ଏକ ଆବେଦନ ଉପରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ଶୃଙ୍ଖଳାର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଥିବା ଏହି ପକ୍ଷୀମାନଙ୍କୁ ବଞ୍ଚାଇବା ପାଇଁ ପଦକ୍ଷେପ ନେବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି।
ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟନିର୍ବାହୀ ପ୍ରଧାନ ବିଚାରପତି ବିପିନ ସାଙ୍ଗି ଏବଂ ଜଷ୍ଟିସ ନବିନ ଚାୱଲାଙ୍କ  ନେତୃତ୍ୱରେ ଗଠିତ ଏକ ବେଞ୍ଚ ଆଡଭୋକେଟ ଗୌରବ କୁମାର ବନସାଲଙ୍କ  ଦ୍ୱାରା ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲା ଉପରେ କେନ୍ଦ୍ର, କେନ୍ଦ୍ରୀୟ ଡ୍ରଗ ମାନକ ନିୟନ୍ତ୍ରଣ ସଂଗଠନ, ଜାତୀୟ ବୈବ ବିବିଧତା ପ୍ରାଧିକରଣ, ଭାରତୀୟ ପ୍ରାଣୀ ଚିକିତ୍ସା ଅନୁସନ୍ଧାନ ପ୍ରତିଷ୍ଠାନ ତଥା ବମ୍ବେ ପ୍ରାକୃତିକ ଇତିହାସ ସୋସାଇଟିକୁ ମଧ୍ୟ ନୋଟିସ ଜାରି କରିଛନ୍ତି।
ଚାରି ସପ୍ତାହ ମଧ୍ୟରେ ସେମାନଙ୍କର ଜବାବ ଦାଖଲ କରିବାକୁ ବେଞ୍ଚ ସମସ୍ତ ପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ତାଙ୍କ ଆବେଦନରେ ଶାଗୁଣାମାନଙ୍କର ସୁରକ୍ଷା ନେଇ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱରାରୋପ କରାଯାଇଛି।
ଏହା ମଧ୍ୟ ଦାବି କରାଯାଇଛି ଯେ ପ୍ରାଣୀମାନଙ୍କ ଚିକିତ୍ସାରେ ବ୍ୟବହୃତ କେତେକ ଔଷଧ ବଜାରରେ ଉପଲବ୍ଧ, ଯାହା ବିଷାକ୍ତ ଏବଂ ଶାଗୁଣା ବଂଶ ପାଇଁ କ୍ଷତିକାରକ। ଏହା ସତ୍ତ୍ୱେ କର୍ତ୍ତୃପକ୍ଷ ଔଷଧ ବିକ୍ରି ବାରଣ କରିବା ପାଇଁ ପଦକ୍ଷେପ ଗ୍ରହଣ କରିନାହାଁନ୍ତି ବୋଲି ଆବେଦନରେ କୁହାଯାଇଛି। ବମ୍ବେ ପ୍ରାକୃତିକ ଇତିହାସ ସୋସାଇଟି ଅନୁଯାୟୀ, ୧୯୯୧ ରୁ ୧୯୯୩ ମଧ୍ୟରେ ଏବଂ ୨୦୦୦ ସୁଦ୍ଧା  ଓରିଏଣ୍ଟାଲ ଧଳା ଶାଗୁଣା ଏବଂ ଲମ୍ବାବେକ ଶାଗୁଣା ସଂଖ୍ୟା ୯୨ ପ୍ରତିଶତରୁ ଅଧିକ ହ୍ରାସ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?