Posted inଜାତୀୟ

ଟ୍ରମ୍ପଙ୍କ ଗସ୍ତ ଲାଗି ୩୮ ଲକ୍ଷ ଖର୍ଚ୍ଚ କରିଥିଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୮:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୦୨୦ ଫେବୃୟାରୀ ୨୪ ଓ ୨୫ରେ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ସ୍ତ୍ରୀ ମେଲାନିଆ, ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜାରେଡ୍‌ କୁଶ୍‌ନର ଅହମଦାବାଦ, ଆଗ୍ରା ଓ ନୂଆଦିଲ୍ଲୀ ଭ୍ରମଣ କରିଥିଲେ। ସେମାନଙ୍କର ଏହି ୩୬ ଘଣ୍ଟାର ଗସ୍ତ ପାଇଁ କେନ୍ଦ୍ର ସରକାର ୩୮ ଲକ୍ଷ ଟଙ୍କା ବ୍ୟୟ କରିଥିବା ଆର୍‌ଟିଆଇ ଆବେଦନ ବଳରେ ଜଣାପଡ଼ିଛି। ଟ୍ରମ୍ପ ଫେବୃୟାରୀ ୨୪ରେ ଅହମଦାବାଦରେ ୩ ଘଣ୍ଟା ରହଣି ମଧ୍ୟରେ ଏକ ରୋଡ୍‌ ଶୋ’ରେ ଭାଗନେବା ସହ ସାବରମତି ଆଶ୍ରମ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଟେରା କ୍ରିକେଟ ଷ୍ଟାଡ଼ିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି। ସେହିଦିନ ସେ ଆଗ୍ରା ଯାଇ ତାଜମହଲ ପରିଦର୍ଶନ କରିଥିଲେ ଓ ତା’ ପରଦିନ ନୂଆଦିଲ୍ଲୀ ଆସି ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେଇଥିଲେ। ଟ୍ରମ୍ପ୍‌ ଦମ୍ପତି ଓ ସେମାନଙ୍କ ସହ ଆସିଥିବା ପ୍ରତିନିଧିମାନଙ୍କ ଖାଦ୍ୟ, ସୁରକ୍ଷା, ହୋଟେଲ ରହଣି, ବିମାନ ଭଡ଼ା ଇତ୍ୟାଦିରେ ୩୮ ଲକ୍ଷ ଟଙ୍କା ବ୍ୟୟ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ କେନ୍ଦ୍ରୀୟ ସୂଚନା କମିଶନଙ୍କୁ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri