Posted inଜାତୀୟ

ଟ୍ରମ୍ପଙ୍କ ଗସ୍ତ ଲାଗି ୩୮ ଲକ୍ଷ ଖର୍ଚ୍ଚ କରିଥିଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୮:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୦୨୦ ଫେବୃୟାରୀ ୨୪ ଓ ୨୫ରେ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ସ୍ତ୍ରୀ ମେଲାନିଆ, ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜାରେଡ୍‌ କୁଶ୍‌ନର ଅହମଦାବାଦ, ଆଗ୍ରା ଓ ନୂଆଦିଲ୍ଲୀ ଭ୍ରମଣ କରିଥିଲେ। ସେମାନଙ୍କର ଏହି ୩୬ ଘଣ୍ଟାର ଗସ୍ତ ପାଇଁ କେନ୍ଦ୍ର ସରକାର ୩୮ ଲକ୍ଷ ଟଙ୍କା ବ୍ୟୟ କରିଥିବା ଆର୍‌ଟିଆଇ ଆବେଦନ ବଳରେ ଜଣାପଡ଼ିଛି। ଟ୍ରମ୍ପ ଫେବୃୟାରୀ ୨୪ରେ ଅହମଦାବାଦରେ ୩ ଘଣ୍ଟା ରହଣି ମଧ୍ୟରେ ଏକ ରୋଡ୍‌ ଶୋ’ରେ ଭାଗନେବା ସହ ସାବରମତି ଆଶ୍ରମ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଟେରା କ୍ରିକେଟ ଷ୍ଟାଡ଼ିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି। ସେହିଦିନ ସେ ଆଗ୍ରା ଯାଇ ତାଜମହଲ ପରିଦର୍ଶନ କରିଥିଲେ ଓ ତା’ ପରଦିନ ନୂଆଦିଲ୍ଲୀ ଆସି ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେଇଥିଲେ। ଟ୍ରମ୍ପ୍‌ ଦମ୍ପତି ଓ ସେମାନଙ୍କ ସହ ଆସିଥିବା ପ୍ରତିନିଧିମାନଙ୍କ ଖାଦ୍ୟ, ସୁରକ୍ଷା, ହୋଟେଲ ରହଣି, ବିମାନ ଭଡ଼ା ଇତ୍ୟାଦିରେ ୩୮ ଲକ୍ଷ ଟଙ୍କା ବ୍ୟୟ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ କେନ୍ଦ୍ରୀୟ ସୂଚନା କମିଶନଙ୍କୁ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri