Posted inଜାତୀୟ

ରାଜନୈତିକ ଫାଇଦା ପାଇଁ କେନ୍ଦ୍ର-ରାଜ୍ୟ ସରକାର ଜାଣିଶୁଣି କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳା…

ନୂଆଦିଲ୍ଲୀ, ୬।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ଯାଇଥିବା ସୁରକ୍ଷା ଅବହେଳା ସମ୍ପର୍କରେ ଭାରତୀୟ ଚାଷୀ ସଂଘର ମୁଖପାତ୍ର ରାକେଶ ଟିକାଏତ୍‌ଙ୍କ ବଡ ବିବୃତ୍ତି ଏବେ ସାମ୍ନାକୁ ଆସିଛି। ଏବିପି ନ୍ୟୁଜ ସହିତ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ରାକେଶ ଟିକାଏତ୍‌ କହିଛନ୍ତି ଯେ ଏହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଯୋଜନା।

ରାଜନୈତିକ ଫାଇଦା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଜାଣିଶୁଣି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଅବହେଳା କରିଛନ୍ତି। ୧୨୦ କିଲୋମିଟରର ରାସ୍ତା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଯାତ୍ରା ପାଇଁ ସ୍ଥିର କରାଯିବା ଉଚିତ ନ ଥିଲା ବୋଲି ସେ କହିଛନ୍ତି।

ରାକେଶ ଟିକାଏତ୍‌ କହିଛନ୍ତି ଯେ, କଂଗ୍ରେସ ସରକାର କହୁଛନ୍ତି ଯେ ସେଠାରେ ଭିଡ଼ କମ ଥିଲା। ତେଣୁ ରାସ୍ତାରେ ଗସ୍ତ କରି ଫେରିବା ଲାଗି ପ୍ରସ୍ତୁତି କରାଯାଇଥିଲା। ଆଗରେ କୃଷକଙ୍କ ପ୍ରଦର୍ଶନ ଥିଲା, କିନ୍ତୁ ରାସ୍ତା ଅବରୋଧ ଲାଗି ଏହା କରାଯାଇ ନ ଥିଲା। ପ୍ରଧାନମନ୍ତ୍ରୀ ଆସୁଥିବାର ଜାଣିବା ପରେ ପ୍ରଦର୍ଶନକାରୀ ରାସ୍ତାକୁ ଆସି ଯାଇଥିଲେ।

ଏହା ପଞ୍ଜାବ ସରକାରଙ୍କ ଦାୟିତ୍ୱ ଥିଲା। ରାଜ୍ୟ ସରକାର ବିରୋଧ କରୁଥିବା ଚାଷୀଙ୍କ ସହ ଆଲୋଚନା କରିପାରିଥାନ୍ତେ। ବିମାନ ବନ୍ଦରରେ ପହଞ୍ଚି ରାସ୍ତାରେ ଯିବା ଲାଗି ନିଷ୍ପତ୍ତି ନେବା ସମ୍ପର୍କରେ ସ୍ଥିର କରିବା ଉଚିତ ନ ଥିଲା ବୋଲି ସେ କହିଛନ୍ତି। ରାଜନୈତିକ ଫାଇଦା ପାଇଁ ଉଭୟ ପଞ୍ଜାବ ଏବଂ କେନ୍ଦ୍ର ସରକାର ଏହି କାର୍ଯ୍ୟ କରିଥିବା ଟିକାଏତ୍‌ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri