Posted inଜାତୀୟ

ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୪ା୧: ବହୁକୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇ ମାମଲାର ଉଚ୍ଚସ୍ତରୀୟ ତଦନ୍ତ ସହ କ୍ଷତିଗ୍ରସ୍ତ ଜମାକାରୀଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ ଓଡ଼ିଶାର ପିନାକ ପାଣି ମହାନ୍ତି ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ୨ ଜଣିଆ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଥିଲେ। ସହଯୋଗ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସର୍ବୋଚ୍ଚ ଅଦାଲତରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରାଯାଇଛି। ଏଥିସହ ମନ୍ତ୍ରଣାଳୟ ଉକ୍ତ ମାମଲାରେ ନିଜେ ପକ୍ଷଭୁକ୍ତ ହେବା ପାଇଁ ଏକ ଇମ୍ପ୍ଲିଡ୍‌ମେଣ୍ଟ ଆପ୍ଲିକେଶନ ମଧ୍ୟ ଦାଖଲ କରିଛି।
ସରକାରୀ ଓକିଲ ଅଦାଲତଙ୍କୁ ଅନୁରୋଧ କରିଥିଲେ ଯେ ଷ୍ଟାଟସ୍‌ ରିପୋର୍ଟ ଆଧାରରେ ସହଯୋଗ ମନ୍ତ୍ରଣାଳୟ କେତେକ ସୁପାରିସ କରିବାକୁ ଚାହୁଁଛି। ଏହି ପ୍ରସଙ୍ଗରେ ସୋମବାର ଶୁଣାଣି କରାଯାଉ। ଜଷ୍ଟିସ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାର ମନ୍ତ୍ରଣାଳୟର ଆପ୍ଲିକେଶନକୁ ଗ୍ରହଣ କରିଛନ୍ତି। ଜନସାଧାରଣଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ମନ୍ତ୍ରଣାଳୟର ପରାମର୍ଶଗୁଡ଼ିକୁ ଅନୁଧ୍ୟାନ କରିବା ବୋଲି ଖଣ୍ଡପୀଠ କହିଛନ୍ତି। ଏହା ପୂର୍ବରୁ ଜାନୁୟାରୀ ୪ରେ ଚିଟ୍‌ଫଣ୍ଡ ଠକେଇ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ତଦନ୍ତରେ ମନ୍ଥରତାକୁ ନେଇ ଖଣ୍ଡପୀଠ ଭର୍ତ୍ସନା କରିଥିଲେ। ଯେତେବେଳେ କୌଣସି ଆର୍ଥତ୍କ ଦୁର୍ନୀତି ମାମଲାର ତଦନ୍ତ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଦିଆଯାଏ ଏହି ଦୁଇ କେନ୍ଦ୍ରୀୟ ସଂସ୍ଥାର ଦୁର୍ବଳତା ସାମ୍‌ନାକୁ ଆସିଥାଏ। ଏଯାଏ କେତୋଟି ଆର୍ଥତ୍କ ଅନିୟମିତତା ମାମଲାର ତଦନ୍ତ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ଅଦାଲତ ପ୍ରଶ୍ନ କରିଥିଲେ। ପ୍ରକାଶ ଯେ, ଓଡ଼ିଶା ସମେତ ପଶ୍ଚିମବଙ୍ଗ, ତ୍ରିପୁରା ଓ ଆସାମରେ ଲୋକଙ୍କଠାରୁ ଚିଟ୍‌ଫଣ୍ଡ ସଂସ୍ଥାଗୁଡ଼ିକ ପ୍ରାୟ ୧୦ ହଜାର କୋଟି ଟଙ୍କା ଲୁଟି ନେଇଥିବା ଅଭିଯୋଗ ଆଣି ପିନାକ ପାଣି ଜନସ୍ବାର୍ଥ ମାମଲା କରିଛନ୍ତି। ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟଙ୍କ ଜଣେ କାର୍ଯ୍ୟରତ ବିଚାରପତିଙ୍କ ଅଧୀନରେ ସର୍ବୋଚ୍ଚ ଅଦାଲତ ଏକ ଜଣିକିଆ କମିଶନ/ଷ୍ଟାଣ୍ଡିଂ କମିଟି ଗଠନ କରନ୍ତୁ ବୋଲି ସେ ଏଥିରେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri