ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍‌ ଟନ ଉଷୁନା ଚାଉଳ ସଂଗ୍ରହ କରିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି।
ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ଦ୍ୱାରା ଓଡ଼ିଶାରୁ ଏହି ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଥିବା ଧର୍ମେନ୍ଦ୍ରଙ୍କ ଚିଠିର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି। ଅନୁରୋଧକୁ ରକ୍ଷା କରି ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଗୋୟଲଙ୍କୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି।
ସୂଚନା ଯୋଗ୍ୟ ଯେ ନିକଟରେ ଧର୍ମେନ୍ଦ୍ର ବିଭାଗୀୟ ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଅବଗତ କରାଇଥିଲେ। ସେ କହିଥିଲେ ଚଳିତ ଥର ଓଡ଼ିଶାରେ ଭଲ ଅମଳ ହୋଇଥିବା କାରଣରୁ ରାଜ୍ୟରୁ ମୋଟ ପ୍ରାୟ ୭୯ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଚାଉଳ ସଂଗ୍ରହ କରାଯିବା ନେଇ ଆକଳନ କରାଯାଇଛି। ପ୍ରାରମ୍ଭିକ ଆବଣ୍ଟନରେ କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବିପଣନ ଋତୁରେ ୪୪.୨୮ ଲକ୍ଷ ମେଟ୍ରିନ ଟନ୍‌ ଚାଉଳ କିଣିବା ନେଇ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।
ତେବେ ଏନ୍‌ଏଫ୍‌ଏସ୍‌ଏ, ଏସଏଫଏସଏ ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ପାଇଁ ଓଡ଼ିଶା ସରକାରଙ୍କ ନିଜସ୍ବ ଚାଉଳର ଆବଶ୍ୟକତା ପୂରଣ କରିବା ବ୍ୟତୀତ ପର୍ଯ୍ୟାପ୍ତ ପରିମାଣର ଉଷୁନା ଚାଉଳ ବଳକା ରହି ଯାଇପାରେ। ଏହି ବଳକା ଚାଉଳ ଏଫସିଆଇ ଦ୍ୱାରା ଉଠାଣ ହେବାର ଆବଶ୍ୟକତା ରହିଛି। ଓଡ଼ିଶାର ଚାଷୀଙ୍କ ଜୀବନଜୀବିକାକୁ ସୁରକ୍ଷିତ ରଖିବା ପାଇଁ ଏହି ପଦକ୍ଷେପ ବିଶେଷ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri