Posted inରାଜ୍ୟ

କାରିଗରଙ୍କ ପାଇଁ ‘ବିଶ୍ୱକର୍ମା ଯୋଜନା’ ଆରମ୍ଭ କରିବ କେନ୍ଦ୍ର: ପ୍ରତାପ

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): କାରିଗରମାନେ ସମାଜର ସୌନ୍ଦର୍ଯ୍ୟକରଣ କରୁଛନ୍ତି। କିନ୍ତୁ ତାଙ୍କ ବିଷୟରେ କେହି ଚିନ୍ତାକରୁ ନ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଶ୍ୱକର୍ମା ଯୋଜନା’ର ଘୋଷଣା କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଞ୍ଚଳର ପାରମ୍ପରିକ କାରିଗର ଓ ଶିଳ୍ପକାରମାନେ ଉପକୃତ ହେବେ। କୌଳିକ ବୃତ୍ତିକୁ ଆପଣାଇ ଯେଉଁମାନେ ଜୀବିକାର୍ଜନ କରୁଛନ୍ତି ସେମାନଙ୍କ କୌଶଳ ଅଭ୍ୟାସକୁ ସୁଦୃଢ଼ କରିବା ପାଇଁ ‘ବିଶ୍ୱକର୍ମା ଯୋଜନା’ରେ ଆର୍ଥତ୍କ ସହାୟତା ଯୋଗାଇ ଦିଆଯିବ। ଏଭଳି ଅଭିନବ ଓ କ୍ରାନ୍ତିକାରୀ ଯୋଜନା ଦ୍ୱାରା ସାଧାରଣ କାରିଗରମାନେ ଉପକୃତ ହେବେ। ପଣ୍ଡିତ ଦିନ୍‌ଦୟାଲ ଉପାଧ୍ୟାୟଙ୍କ ଅନ୍ତ୍ୟୋଦୟର ବିଚାର ଉପରେ ଆଧାରିତ ‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସମାଜର ତଳସ୍ତର ଲୋକମାନେ ଲାଭାନ୍ବିତ ହେବେ ବୋଲି ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରତାପ କହିଛନ୍ତି, ସମାଜର ତଳସ୍ତରର ଲୋକଙ୍କ ଆବଶ୍ୟକତା ପୂରଣ, ସେମାନଙ୍କୁ ଆତ୍ମନିର୍ଭର କରାଇବା ଏବଂ ରାଷ୍ଟ୍ରୀୟ ବିକାଶରେ ସହଭାଗିତାକୁ ସୁନିଶ୍ଚିତ କରିବା ଦିଗରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏଥିପାଇଁ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ‘ବିଶ୍ୱକର୍ମା ଯୋଜନାର’ ଆରମ୍ଭ କରିବେ। ଏହାସହ ଦେଶର ବିଭିନ୍ନ ସ୍ଥାନରେ ଉକ୍ତ ଯୋଜନାର ଏକା ସାଙ୍ଗରେ ଶୁଭାରମ୍ଭ ହେବ। ଓଡ଼ିଶାର ୩ ସ୍ଥାନ ଯଥା ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଜନ୍‌ ବାର୍ଲା, ପୁରୀରେ ମହେନ୍ଦ୍ର ଭାଇ ମୁଞ୍ଜାପରା ଏବଂ ଭୁବନେଶ୍ୱରରେ ଅଶି୍ବନୀ ବୈଷ୍ଣବ ଉପସ୍ଥିତ ରହି ଉକ୍ତ ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନାରେ କାରିଗରମାନଙ୍କୁ ପିଏମ୍‌ ବିଶ୍ୱକର୍ମା ସାର୍ଟିଫିକେଟ ଓ ଆଇଡି କାର୍ଡ ମିଳିବ। ଏଥିରେ ମାତ୍ର ୫ ପ୍ରତିଶତ ରିହାତିମୂଳକ ସୁଧ ହାରରେ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଏବଂ ୨ୟ ପର୍ଯ୍ୟାୟରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ ବୋଲି ପ୍ରତାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri