Posted inରାଜ୍ୟ

କାରିଗରଙ୍କ ପାଇଁ ‘ବିଶ୍ୱକର୍ମା ଯୋଜନା’ ଆରମ୍ଭ କରିବ କେନ୍ଦ୍ର: ପ୍ରତାପ

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): କାରିଗରମାନେ ସମାଜର ସୌନ୍ଦର୍ଯ୍ୟକରଣ କରୁଛନ୍ତି। କିନ୍ତୁ ତାଙ୍କ ବିଷୟରେ କେହି ଚିନ୍ତାକରୁ ନ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଶ୍ୱକର୍ମା ଯୋଜନା’ର ଘୋଷଣା କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଞ୍ଚଳର ପାରମ୍ପରିକ କାରିଗର ଓ ଶିଳ୍ପକାରମାନେ ଉପକୃତ ହେବେ। କୌଳିକ ବୃତ୍ତିକୁ ଆପଣାଇ ଯେଉଁମାନେ ଜୀବିକାର୍ଜନ କରୁଛନ୍ତି ସେମାନଙ୍କ କୌଶଳ ଅଭ୍ୟାସକୁ ସୁଦୃଢ଼ କରିବା ପାଇଁ ‘ବିଶ୍ୱକର୍ମା ଯୋଜନା’ରେ ଆର୍ଥତ୍କ ସହାୟତା ଯୋଗାଇ ଦିଆଯିବ। ଏଭଳି ଅଭିନବ ଓ କ୍ରାନ୍ତିକାରୀ ଯୋଜନା ଦ୍ୱାରା ସାଧାରଣ କାରିଗରମାନେ ଉପକୃତ ହେବେ। ପଣ୍ଡିତ ଦିନ୍‌ଦୟାଲ ଉପାଧ୍ୟାୟଙ୍କ ଅନ୍ତ୍ୟୋଦୟର ବିଚାର ଉପରେ ଆଧାରିତ ‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସମାଜର ତଳସ୍ତର ଲୋକମାନେ ଲାଭାନ୍ବିତ ହେବେ ବୋଲି ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରତାପ କହିଛନ୍ତି, ସମାଜର ତଳସ୍ତରର ଲୋକଙ୍କ ଆବଶ୍ୟକତା ପୂରଣ, ସେମାନଙ୍କୁ ଆତ୍ମନିର୍ଭର କରାଇବା ଏବଂ ରାଷ୍ଟ୍ରୀୟ ବିକାଶରେ ସହଭାଗିତାକୁ ସୁନିଶ୍ଚିତ କରିବା ଦିଗରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏଥିପାଇଁ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ‘ବିଶ୍ୱକର୍ମା ଯୋଜନାର’ ଆରମ୍ଭ କରିବେ। ଏହାସହ ଦେଶର ବିଭିନ୍ନ ସ୍ଥାନରେ ଉକ୍ତ ଯୋଜନାର ଏକା ସାଙ୍ଗରେ ଶୁଭାରମ୍ଭ ହେବ। ଓଡ଼ିଶାର ୩ ସ୍ଥାନ ଯଥା ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଜନ୍‌ ବାର୍ଲା, ପୁରୀରେ ମହେନ୍ଦ୍ର ଭାଇ ମୁଞ୍ଜାପରା ଏବଂ ଭୁବନେଶ୍ୱରରେ ଅଶି୍ବନୀ ବୈଷ୍ଣବ ଉପସ୍ଥିତ ରହି ଉକ୍ତ ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନାରେ କାରିଗରମାନଙ୍କୁ ପିଏମ୍‌ ବିଶ୍ୱକର୍ମା ସାର୍ଟିଫିକେଟ ଓ ଆଇଡି କାର୍ଡ ମିଳିବ। ଏଥିରେ ମାତ୍ର ୫ ପ୍ରତିଶତ ରିହାତିମୂଳକ ସୁଧ ହାରରେ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଏବଂ ୨ୟ ପର୍ଯ୍ୟାୟରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ ବୋଲି ପ୍ରତାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri