Posted inଜାତୀୟ

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ କଶ୍ମୀରରେ ଶାନ୍ତି ପ୍ରତିଷ୍ଠା ଲାଗି ପାକିସ୍ତାନ ସହ କଥା ହେଲେ ଅସୁବିଧା କ’ଣ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଡାକିଥିବା ସର୍ବଦଳୀୟ ବୈଠକ ପୂର୍ବରୁ ଏଭଳି ପ୍ରଶ୍ନ କରିଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ଡ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି। ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୪ ତାରିଖରେ ଜମ୍ମୁ-କଶ୍ମୀରର ୧୪ ନେତାଙ୍କୁ ଆମନ୍ତ୍ରଣ କରିଛନ୍ତି। ମଙ୍ଗଳବାର ଫାରୁକ୍‌ଙ୍କ ଶ୍ରୀନଗରସ୍ଥିତ ଗୁପ୍‌କାର ରୋଡ୍‌ ବାସଭବନରେ ଅନୁଷ୍ଠିତ ବୈଠକରେ ଗୁପ୍‌କାର ମେଣ୍ଟର ନେତାମାନେ କେନ୍ଦ୍ରର ଆମନ୍ତ୍ରଣକୁ ଗ୍ରହଣ କରିଛନ୍ତି। ଉକ୍ତ ବୈଠକରେ ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ(ପିଏଜିଡି) ସାମିଲ ହେବ ବୋଲି ଏହାର ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକରେ କେଉଁ ବିଷୟରେ ଆଲୋଚନା ହେବ ତାହା ସ୍ପଷ୍ଟ ହୋଇ ନ ଥିଲେ ବି କଶ୍ମୀରକୁ ସ୍ବାୟତ୍ତତା ଫେରାଇବା ଉପରେ ମେଣ୍ଟ ଜୋର୍‌ ଦେବ ବୋଲି କୁହାଯାଇଛି। ଫାରୁକ୍‌ କହିଛନ୍ତି, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ବୈଠକରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ଆଲୋଚନା ବେଳେ କଶ୍ମୀରର ପକ୍ଷ ରଖାଯିବ। ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା ପରେ ଏହା ହେବ ଏହି ଧରଣର ପ୍ରଥମ ବୈଠକ। ତେଣୁ ଉକ୍ତ ବୈଠକରେ ଗୁପ୍‌କାର ମେଣ୍ଟର ୬ ଦଳ କଶ୍ମୀରକୁ ସ୍ବାୟତ୍ତତା ଫେରାଇବା ନେଇ ଦାବି କରିବେ ବୋଲି ଜଣାପଡ଼ିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା କହିଛନ୍ତି, କଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ସହ ମଧ୍ୟ ଆଲୋଚନା କରିବା ଉଚିତ। ସେମାନେ ଯଦି ତାଲିବାନ ସହ ଆଲୋଚନା କରିବାକୁ ଦୋହାକୁ ଯାଇପାରୁଛନ୍ତି, ସହମତି ପାଇଁ ପାକିସ୍ତାନ ସହ ଆଲୋଚନା କରିବାରେ କିଛି ଅସୁବିଧା ନାହିଁ। ବେଆଇନ ଓ ଅସାମ୍ବିଧାନିକ ଭାବେ ଛଡ଼ାଇ ନିଆଯାଇଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଜମ୍ମୁ-କଶ୍ମୀରକୁ ନ ଫେରାଇବା ଯାଏ ଉପତ୍ୟକାରେ ଶାନ୍ତି ଫେରିବ ନାହିଁ। ମୋଦି ଡାକିଥିବା ବୈଠକରେ କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇଦେବା ନେଇ ଆମେ ଦାବି ରଖିବୁ ବୋଲି ମେହବୁବା କହିଛନ୍ତି। ସେପଟେ ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ଦଳର ବରିଷ୍ଠ ନେତା ପି. ଚିଦାମ୍ବରମ୍‌, ଗୁଲାମନବୀ ଆଜାଦ, ରଜନୀ ପାଟିଲ, ଜି.ଏ. ମୀର ଓ ତାରିକ୍‌ ହମିଦ୍‌ କରା ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ବୈଠକରେ କଂଗ୍ରେସ ସାମିଲ ହେବ ବୋଲି ନିଷ୍ପତ୍ତି ହୋଇଥିବା ଉକ୍ତ ବୈଠକ ପରେ ଦଳର ଜମ୍ମୁ-କଶ୍ମୀର ଶାଖା ମୁଖପାତ୍ର ରବୀନ୍ଦର ଶର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?