Posted inଜାତୀୟ

‘ପଞ୍ଜାବ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରୁଛି କେନ୍ଦ୍ର’

ଡେରାଡୁନ,୧।୧୦: ଅମିତ୍‌ ଶାହାଙ୍କ ଭଳି ଭାଜପା ନେତାଙ୍କ ସହ ଅମରିନ୍ଦର ସିଂଙ୍କ ଘନିଷ୍ଠତା ତାଙ୍କ ଧର୍ମନିରପେକ୍ଷ ବିଶ୍ୱସନୀୟତା ପ୍ରତି ପ୍ରଶ୍ନଚିହ୍ନ ଲଗାଇଛି ବୋଲି ଶୁକ୍ରବାର ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ ରାଓ୍ବତ୍‌ ଶୁକ୍ରବାର କହିଛନ୍ତି। ଏହା ସହ ପଞ୍ଜାବର ସଂଖ୍ୟାଗରିଷ୍ଠ କଂଗ୍ରେସ ସରକାରର ପତନ ଘଟାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରିବା ଅନୁଚିତ ବୋଲି ରାଓ୍ବତ୍‌ ଚେତାଇ ଦେଇଛନ୍ତି।
ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହରିଶ ରାଓ୍ବତ୍‌ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ବିରୋଧରେ ଅଭିଯୋଗ ଆଣି କହିଛନ୍ତି, ସେ ଆଦର୍ଶଗତ ସମାନତା ନ ଥିବା ଲୋକଙ୍କ ହାତରେ ଖେଳୁଛନ୍ତି। ଗଣତନ୍ତ୍ରକୁ ରକ୍ଷା କରିବା ପାଇଁ ଅମରିନ୍ଦର କଂଗ୍ରେସ ନେତୃତ୍ୱ ସହ ଛିଡ଼ାହେବା ଉଚିତ ଥିଲା। ଅମରିନ୍ଦର ନିଜ ଫାର୍ମହାଉସ୍‌ରୁ ଉଭୟ ସରକାର ଓ ଦଳକୁ ନିୟନ୍ତ୍ରଣ କରୁଥିଲେ। ସେକ୍ରେଟାରିଏଟ୍‌ରୁ ଅନୁପସ୍ଥିତି ନେଇ କେହି ତାଙ୍କୁ ପ୍ରଶ୍ନ ମଧ୍ୟ କରୁ ନ ଥିଲେ। ଏସବୁକୁ ନେଇ ରାଜ୍ୟରେ ଧାରଣା ସୃଷ୍ଟି ହୋଇଛି ଯେ, ଅମରିନ୍ଦର ଓ ଶିରୋମଣି ଅକାଳୀ ଦଳର ସୁଖବୀର ସିଂ ବାଦଲ ପରସ୍ପରକୁ ସହଯୋଗ କରୁଛନ୍ତି। ଏନେଇ କ୍ୟାପ୍‌ଟେନ ସାହେବଙ୍କ ସହ ୫ ଥର ଆଲୋଚନା ହୋଇଛି। କିନ୍ତୁ କିଛି ସୁଫଳ ମିଳିନାହିଁ। ଏପରି କି ସେ ମୋ ପରାମର୍ଶ ନେବାକୁ ମଧ୍ୟ ଉଚିତ ମଣି ନ ଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ଅନ୍ୟ କେତେଜଣ ଭାଜପା ନେତାଙ୍କ ସହ ସେ ମିଶୁଥିବାରୁ ତାଙ୍କ ଧର୍ମନିରପେକ୍ଷ ବିଶ୍ୱସନୀୟତା ଏବେ ସନ୍ଦେହ ଘେରରେ। କଂଗ୍ରେସ ଅମରିନ୍ଦରଙ୍କୁ ଅପମାନ କରିନାହିଁ, ବରଂ ସବୁବେଳେ ସମ୍ମାନ ଦେଇଆସିଛି। କେନ୍ଦ୍ର ପଞ୍ଜାବ ସରକାରକୁ ଭାଙ୍ଗିବାକୁ ଉଦ୍ୟମ ନ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri