Posted inଜାତୀୟ

ଦେଶଦ୍ରୋହ ଆଇନର ପୁନର୍ବିଚାର କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୦।୫: ଦେଶଦ୍ରୋହ ଆଇନ ଯଥାର୍ଥ ଏବଂ ଏହାର ପୁନଃ ସମୀକ୍ଷା କରିବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ଦୁଇଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ସୋମବାର ମତ ପରିବର୍ତ୍ତନ କରି ଉକ୍ତ ଆଇନ ବା ଆଇପିସିର ଧାରା ୧୨୪ଏ’ର ପୁନର୍ବିଚାର ଏବଂ ପୁନଃ ସମୀକ୍ଷା କରାଯିବ ବୋଲି ସରକାର ଅଦାଲତଙ୍କୁ ଜଣାଇଛନ୍ତି। ସରକାରଙ୍କ ପୁନଃସମୀକ୍ଷା କାର୍ଯ୍ୟ ଶେଷ ନ ହେବା ପର୍ଯ୍ୟନ୍ତ ପିଟିଶନଗୁଡ଼ିକର ଶୁଣାଣି ବନ୍ଦ ରଖିବାକୁ କେନ୍ଦ୍ର ପକ୍ଷରୁ ଏକ ସତ୍ୟପାଠ ଜରିଆରେ ଶୀର୍ଷ ଅଦାଲତଙ୍କୁ ଅନୁରୋଧ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ପରେ ସରକାର ମତ ବଦଳାଇଥିବା କୁହାଯାଉଛି।
ଦାଖଲ କରିଥିବା ସତ୍ୟପାଠରେ କୁହାଯାଇଛି, ସ୍ବାଧୀନତାର ୭୫ ବର୍ଷ ଅବସରରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ସରକାର ଧାରା ୧୨୪ଏ ବ୍ୟବସ୍ଥାର ପୁନର୍ବିଚାର କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ, ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୈତ୍ର ଏବଂ ଅନ୍ୟମାନେ ଦାଖଲ କରିଥିବା ପିଟିଶନରେ ସମୟ ବ୍ୟୟ ନ କରି ସରକାରଙ୍କ ସମୀକ୍ଷାକୁ ଅପେକ୍ଷା କରିବା ଲାଗି ଅଦାଲତଙ୍କୁ ଅନୁରୋଧ କରାଯାଇଛି।
ସୂଚନାଯୋଗ୍ୟ, ଦେଶଦ୍ରୋହ ଆଇନର ବ୍ୟାପକ ଅପବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଆସୁଥିବାବେଳେ ବ୍ରିଟିଶ ଅମଳର ଏହି ବ୍ୟବସ୍ଥାକୁ କ’ଣ ପାଇଁ ଉଚ୍ଛେଦ କରା ନ ଯିବ ବୋଲି ଗତବର୍ଷ ଜୁଲାଇରେ ଶୀର୍ଷ ଅଦାଲତ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଥିଲେ। ଗତ ଶନିବାର ସରକାର ଉକ୍ତ ଆଇନ ସପକ୍ଷରେ ଯୁକ୍ତି ଦର୍ଶାଇବା ସହ ୧୯୬୨ରେ ସାମ୍ବିଧାନିକ ବେଞ୍ଚ ଏହାର ବୈଧତାକୁ କାଏମ ରଖିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri