Posted inଜାତୀୟ

ଟୁଇଟରକୁ କେନ୍ଦ୍ରର ଶେଷ ନୋଟିସ୍‌

ନୂଆଦିଲ୍ଲୀ,୩୦।୬: କେନ୍ଦ୍ର ସରକାରଙ୍କର ପ୍ରତ୍ୟେକ ନିର୍ଦ୍ଦେଶାବଳୀକୁ ପାଳନ କରିବା ଉଦ୍ଦେଶ୍ୟରେ ବୁଧବାର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ଟୁଇଟରକୁ ଫାଇନାଲ ନୋଟିସ୍‌ ଜାରି କରାଯାଇଛି। ଏନେଇ ଟୁଇଟରକୁ ଜୁଲାଇ ୪ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ନିୟମ ପାଳନ ନ କଲେ ଟୁଇଟର କେନ୍ଦ୍ର ସରକାରଙ୍କ ମଧ୍ୟସ୍ଥତାକୁ ହରାଇ ବସିବ, ଯାହାଫଳରେ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମରେ କରାଯାଉଥିବା ପ୍ରତ୍ୟେକ ପୋଷ୍ଟ ପାଇଁ ନିଜେ ଟୁଇଟର ଉତ୍ତରଦାୟୀ ହେବ।

ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମ ପାଳନ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୭ରେ ନୋଟିସ୍‌ ଜାରି କରାଯାଇଥିଲା। ଏ ସଂକ୍ରାନ୍ତରେ ନିକଟାରେ ପ୍ରେସ୍‌ ଟ୍ରଷ୍ଟ ପକ୍ଷରୁ ଟୁଇଟରକୁ ଇମେଲ୍‌ କରାଯାଇଥିଲେ ସୁଦ୍ଧା ଏ ନେଇ କୌଣସି ଉତ୍ତର ଦେଇ ନଥିଲା ଟୁଇଟର। ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତବର୍ଷ ସରକାର ବିରୋଧୀ, ଆଇନ୍‌ ବିରୋଧୀ ଏବଂ କୃଷି ଆନ୍ଦୋଳନକୁ ସମର୍ଥନ କରୁଥିବା ପାଖାପାଖି ୮୦ଟି ମାଇକ୍ରୋବ୍ଲଗିଙ୍ଗ୍‌ ଟୁଇଟର ଆକାଉଣ୍ଟକୁ ଟୁଇଟର ବ୍ଲକ୍‌ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

ସରକାରୀ କର୍ମଚାରୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଏଣିକି ସବୁ କର୍ମଚାରୀ ରହିବେ…

ନୂଆଦିଲ୍ଲୀ,୨୦ା୮: ସାରା ଦେଶରେ ସରକାରୀ ବିଭାଗ, ସ୍କୁଲ ଏବଂ ହସ୍ପିଟାଲର କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସିଛି। ସେମାନେ ସମସ୍ତେ ଶ୍ରମ ଆଇନର ପରିସର ମଧ୍ୟରେ ରହିବେ।…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri