Posted inଜାତୀୟ

ବନ୍ଦ ଲଫାପାରେ କେନ୍ଦ୍ରର ପ୍ରସ୍ତାବ ଅଗ୍ରାହ୍ୟ

ନୂଆଦିଲ୍ଲୀ,୧୮ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗ ଆସିବା ପରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଖସିବାରେ ଲାଗିଛି। ନିବେଶକମାନଙ୍କୁ କ୍ଷତିରୁ ବଞ୍ଚାଇବା ପାଇଁ ନିୟାମକ ପଦକ୍ଷେପ ନେବା ସକାଶେ ଏକ ବିଶେଷଜ୍ଞ ଟିମ୍‌ ଗଠନ ଉପରେ କେନ୍ଦ୍ର ସରକାର ଶୁକ୍ରବାର ବନ୍ଦ ଲଫାପାରେ ସୁପ୍ରିମକୋର୍ଟଙ୍କୁ ପ୍ରସ୍ତାବ ଦେଇଥିଲେ। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଦାଖଲ କରିଥିବା ଉକ୍ତ ଲଫାପାକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ତିନିଜଣିଆ ଖଣ୍ଡପୀଠ କହିଛନ୍ତି, ସୁପ୍ରିମକୋର୍ଟ ନିବେଶକମାନଙ୍କ ସ୍ବାର୍ଥ ସୁରକ୍ଷା ପାଇଁ ସମ୍ପୂର୍ଣ୍ଣ ସ୍ବଚ୍ଛତା ଚାହାନ୍ତି। ଆମେ ଏକ କମିଟି ଗଠନ କରିବୁ। ସର୍ବୋଚ୍ଚ ଅଦାଲତର କୌଣସି କାର୍ଯ୍ୟରତ ବିଚାରପତି ଉକ୍ତ ପ୍ୟାନେଲରେ ରହିବେ ନାହିଁ। କାରଣ ଅନ୍ୟ ମାମଲାଗୁଡ଼ିକର ଶୁଣାଣି ଲାଗି ଖଣ୍ଡପୀଠ ଗଠନରେ ପ୍ରତିଦିନ ଅସୁବିଧା ହେଉଛି।
ରିସର୍ଚ୍ଚ ଜାନୁୟାରୀ ୨୪ରେ ଆଦାନୀ ଗ୍ରୁପ୍‌ର ଷ୍ଟକ୍ସ ଜାଲିଆତି ରିପୋର୍ଟ ପ୍ରଘଟ କରିବା ପରେ କମ୍ପାନୀର ଶେୟାର ମୂଲ୍ୟରେ ‘ଆର୍ଟିଫିସିଆଲ କ୍ରାଶ୍‌’ (ମନୁଷ୍ୟକୃତ ପତନ) ହୋଇଥିବା ଦର୍ଶାଇ ସୁପ୍ରିମକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ଗୋଟିଏ ପିଆଇଏଲ୍‌ ଆଇନଜୀବୀ ବିଶାଳ ତିଓ୍ବାରୀ ଓ ଅନ୍ୟଟି ବରିଷ୍ଠ ଓକିଲ ଏମ୍‌.ଏଲ୍‌. ଶର୍ମା ଦାଖଲ କରିଛନ୍ତି। ଷ୍ଟକ୍ସ ମୂଲ୍ୟ ହ୍ରାସ ପାଇବାରେ ଲାଗିଥିବାରୁ ନିରୀହ ନିବେଶକମାନେ ଶୋଷଣର ଶିକାର ହୋଇଛନ୍ତି। ତେଣୁ ହିଣ୍ଡେନ୍‌ବର୍ଗ ରିପୋର୍ଟର ତଦନ୍ତ କରାଯାଉ ଏବଂ ନିବେଶକମାନଙ୍କୁ ଆଶ୍ୱସ୍ତି ଦିଆଯାଉ ବୋଲି ଏଥିରେ ନିବେଦନ କରାଯାଇଛି। ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ ଗତ ୧୦ ତାରିଖରେ ଏହାର ଶୁଣାଣି କରି କେନ୍ଦ୍ର ଏବଂ ଭାରତୀୟ ପ୍ରତିଭୂତି ବିନିମୟ ବୋର୍ଡ (ସେବି)ର ମତାମତ ଲୋଡ଼ିଥିଲେ। ପୁଞ୍ଜିବଜାରରେ ଭାରତୀୟ ନିବେଶକଙ୍କ ସ୍ବାର୍ଥ ସୁରକ୍ଷା ପାଇଁ ଦେଶରେ ଏକ ମଜଭୁତ ବ୍ୟବସ୍ଥା ରହିବା ଉଚିତ ବୋଲି ତିନିଜଣିଆ ଖଣ୍ଡପୀଠ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?