Posted inଜାତୀୟ

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। ୧୦ ଦିନ ମଧ୍ୟରେ ଏହାର ଉତ୍ତର ରଖିବାକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମାନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କେନ୍ଦ୍ରକୁ ମଙ୍ଗଳବାର ନୋଟିସ୍‌ ଜାରି କରିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨ ପୃଷ୍ଠା ସମ୍ବଳିତ ସୀମିତ ସତ୍ୟପାଠ ଦାଖଲ କରାଯାଇଥିଲା। ତେବେ ଦାଖଲ ବିଭିନ୍ନ ପିଟିଶନ ମାଧ୍ୟମରେ ଉଠିଥିବା ପ୍ରସଙ୍ଗ ବାବାଦରେ ଏହି ସତ୍ୟପାଠ ଯଥେଷ୍ଟ ସନ୍ତୋଷଜନକ ନୁହେଁ ବୋଲି ଖଣ୍ଡପୀଠରେ ଥିବା ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ ଏବଂ ଅନିରୁଦ୍ଧ ବୋଷ ଦର୍ଶାଇଥିଲେ। ଏହି ପ୍ରସଙ୍ଗ ଜାତୀୟ ନିରାପତ୍ତା ସମ୍ବନ୍ଧିତ ହୋଇଥିବାରୁ ସବୁକିଛି ସତ୍ୟପାଠରେ ଦର୍ଶାଯାଇପାରିବ ନାହିଁ ବୋଲି ଶୁଣାଣିବେଳେ କେନ୍ଦ୍ର ପକ୍ଷରୁ କୁହାଯାଇଥିଲା। ସରକାର କେଉଁ ସଫ୍ଟଓ୍ବେର ବ୍ୟବହାର କରୁଛନ୍ତି କି ନାହିଁ ତାହା ସର୍ବସାଧାରଣରେ ପ୍ରକାଶ କରିବା ପରିବର୍ତ୍ତେ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରୁଥିବା ଏକ ବୈଷୟିକ କମିଟିକୁ ସମ୍ପୂର୍ଣ୍ଣ ବିବରଣୀ ଦେବାକୁ କେନ୍ଦ୍ର ପ୍ରସ୍ତୁତ ଥିବା ସଲିସିଟର ଜେନେରାଲ ତୁଷାର ମେହଟା କହିଥିଲେ। ଜାତୀୟ ନିରାପତ୍ତା କିମ୍ବା ପ୍ରତିରକ୍ଷା ବ୍ୟବସ୍ଥାକୁ କ୍ଷତି ପହଞ୍ଚାଉଥିବା ଭଳି କୌଣସି ବିବରଣୀ ଅଦାଲତ ଚାହଁାନ୍ତି ନାହିଁ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri