କେବିକେ ଅଞ୍ଚଳକୁ କେନ୍ଦ୍ରୀୟ ସହାୟତା କମିଛି

ବଲାଙ୍ଗୀର ଅଫିସ,୨୦ା୩:ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା(ପିଏମକେଏସୱାଇ)ର ଏକ ଉପାଦାନ ହେଉଛି ଏଆଇବିପି (ତ୍ୱରିତ ସିଞ୍ଚାଇ ଲାଭ କାର୍ଯ୍ୟକ୍ରମ) ା ଏହି କାର୍ଯ୍ୟକ୍ରମକୁ ବନ୍ଦ କରାଯାଇନାହିଁ। କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି କ୍ରମେ ଏଆଇବିପି ୨୦୨୧ରୁ ୨୦୨୬ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ନୀତି ଆୟୋଗ ପକ୍ଷରୁ ସୂଚନା ଅଧିକାର ଆଇନ ଜରିଆରେ ବଲାଙ୍ଗୀରର ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡାଙ୍କୁ ତଥ୍ୟ ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ସଂସଦମାର୍ଗ ସ୍ଥିତ ନୀତି ଆୟୋଗ କାର୍ଯ୍ୟାଳୟର ଓଡିଶା ଜନସୂଚନା ଅଧିକାରୀ ରାଜେନ୍ଦ୍ର ସିଂ ଏହି ସୂଚନା ପ୍ରଦାନ କରିଛନ୍ତି ା ଓଡିଶାର କେବିକେ ଅଞ୍ଚଳକୁ ବର୍ତ୍ତମାନ କେନ୍ଦ୍ର ରାଜ୍ୟ ସହାୟତା ହାର ୬୦:୪୦ ରହିଛି ବୋଲି ତଥ୍ୟରେ କୁହାଯାଇଛି। ପ୍ରେସ୍‌ ବିଜ୍ଞପ୍ତିରେ ପଣ୍ଡା କହିଛନ୍ତି ଯେ, ପୂର୍ବରୁ କେବିକେ ଅଞ୍ଚଳ ପାଇଁ ଏଆଇବିପିରେ କେନ୍ଦ୍ର ରାଜ୍ୟ ସହାୟତା ହାର ଯଥାକ୍ରମେ ୯୦:୧୦ ଥିଲା ା ଦେଶର ସ୍ବତନ୍ତ୍ର ପାହ୍ୟା ରାଜ୍ୟମାନଙ୍କ ସହିତ ଓଡିଶାର କେବିକେ ଅଞ୍ଚଳକୁ ଏଆଇବିପିରେ କେନ୍ଦ୍ର ରାଜ୍ୟ ସହାୟତା ହାର ୯୦:୧୦ ଥିଲା ା ଏବର ବ୍ୟବସ୍ଥାରେ କେବିକେ ଅଞ୍ଚଳରେ ଜଳସେଚନର ବିକାଶ କେବଳ ପ୍ରଭାବିତ ହେବ ଏହା ନୁହେଁ ବରଂ ଏକ ପଛୁଆ ଅଞ୍ଚଳ ଭାବେ କେନ୍ଦ୍ର ସରକାରଙ୍କ ଯେଉଁ କେବିକେ ମାନ୍ୟତା ଥିଲା ତାହା ମଧ୍ୟ ଶେଷ ହେବ ବୋଲି ପଣ୍ଡା କହିଛନ୍ତି ା
ସାଧାରଣ ପାହ୍ୟା ରାଜ୍ୟଗୁଡିକ ପାଇଁ ଏହି ଅନୁଦାନ ହାର ଭିନ୍ନ ଥିଲା ା ବର୍ତ୍ତମାନ ସାଧାରଣ ପାହ୍ୟା ରାଜ୍ୟମାନଙ୍କ ପାଇଁ କେନ୍ଦ୍ର ରାଜ୍ୟ ସହାୟତା ହାର ଯଥାକ୍ରମେ ୨୫:୭୫ ରହିଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, କୃଷି ଓ କୃଷକର ବିକାଶ ପାଇଁ ଜଳସେଚନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ତତ୍କାଳୀନ ଭାରତ ସରକାର ୧୯୯୫-୯୬ ମସିହାରେ ଏଆଇବିପି ଯୋଜନା ଆରମ୍ଭ କରିଥିଲେ। ଜଳସେଚନ ରାଜ୍ୟର ବିଷୟବସ୍ତୁ ହୋଇଥିଲେ ମଧ୍ୟ ରାଜ୍ୟମାନଙ୍କର ନିର୍ମାଣାଧୀନ ଓ ପ୍ରସ୍ତାବିତ ଜଳସେଚନ ପ୍ରକଳ୍ପଗୁଡିକୁ କେନ୍ଦ୍ର ସରକାର ଏହି ଯୋଜନା ମାଧ୍ୟମରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆଗେଇ ଆସିଥିଲେ। ସ୍ବତନ୍ତ୍ର ପାହ୍ୟା ରାଜ୍ୟମାନଙ୍କୁ ଓ ଓଡିଶାର ଅବିଭକ୍ତ କେବିକେ ଅଞ୍ଚଳର ଜିଲାମାନଙ୍କୁ ତଥା ବର୍ତ୍ତମାନର ୮ଟି ଜିଲାକୁ ସାଧାରଣ ପାହ୍ୟା ରାଜ୍ୟ ଅପେକ୍ଷା ଅଧିକ କେନ୍ଦ୍ରୀୟ ଆର୍ଥିକ ସହାୟତାର ବ୍ୟବସ୍ଥା ଥିଲା ା ନୂଆପଡା ଜିଲାର ଲୋୟର ଇନ୍ଦ୍ର ଏହି ଯୋଜନାରେ ଅଧିକ ମାତ୍ରାରେ କେନ୍ଦ୍ରୀୟ ଅନୁଦାନ ପାଇଛି ା ଏଆଇବିପି ଯୋଜନା ସଂଶୋଧିତ ହେବା ଫଳରେ ୨୦୨୧ ମାର୍ଚ୍ଚ ମାସରୁ କେବିକେ ଅଞ୍ଚଳର ଅନେକ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜଳସେଚନ ପ୍ରକଳ୍ପଗୁଡିକ ପୂର୍ବାପେକ୍ଷା କମ୍‌ ଆର୍ଥିକ ସହାୟତା ପାଉଛନ୍ତି ଓ ଆଗକୁ ମଧ୍ୟ ଏହି ଧାରା ଜାରି ରହିବ ବୋଲି ପଣ୍ଡା କହିଛନ୍ତି ା ରାଜ୍ୟର ସମସ୍ତ ରାଜନୈତିକ ଦଳ ଓ ନେତୃବୃନ୍ଦ ଏହାକୁ ନେଇ ନିରବ ରହିବା, ସମଗ୍ର ଓଡିଶା ଓ ବିଶେଷ କରି କେବିକେ ଅଞ୍ଚଳର ଚାଷ ଓ ଚାଷୀଙ୍କ ସମସ୍ୟା ପ୍ରତି ଉଦାସୀନତା ମନୋଭାବ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri