ଅସୁରଗଡ଼ରେ କେନ୍ଦ୍ରୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ଟିମ୍‌

ସମ୍ବଲପୁର,୯ା୯(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ଇତିହାସ ବିଭାଗ ଦ୍ୱାରା ଅସୁରଗଡ଼ରେ ଉତ୍‌ଖନନ କରାଯାଇ ପ୍ରାଚୀନ ଇତିହାସ ସାମ୍ରାଜ୍ୟ ଥିବା ନେଇ ପ୍ରମାଣ ମିଳିଥିଲା। ଏହାପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହାର ସଂରକ୍ଷଣ ଓ ସୁରକ୍ଷିତ ରଖିବା ପାଇଁ ଜିଏମ୍‌ୟୁ ପକ୍ଷରୁ ଅନୁରୋଧ କରାଯାଇଥିଲା। ଜିଏମ୍‌ୟୁର ଅନୁରୋଧକ୍ରମେ ଗୁରୁବାର ଅସୁରଗଡ଼କୁ କେନ୍ଦ୍ରୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ଉତ୍‌ଖନନ ଶାଖା-୪ର ଏକ ଟିମ୍‌ ପହଞ୍ଚତ୍ଥିଲେ। ପ୍ରତ୍ନତତ୍ତ୍ବବିତ୍‌ ଡ. ସୁଶାନ୍ତ କୁମାର କରଙ୍କ ନେତୃତ୍ୱରେ ଟିମ୍‌ ଆସିଥିଲେ। ସେମାନେ ବରପାଲିସ୍ଥିତ ଅସୁରଗଡ଼ ଯାଇ ସ୍ଥିତି ପରଖିଥିଲେ। ଏଥିରେ ଉତ୍‌ଖନନ ନିର୍ଦ୍ଦେଶକ ତଥା ଜିଏମ୍‌ୟୁ ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗ ମୁଖ୍ୟ ଡ. ଅତୁଳ କୁମାର ପ୍ରଧାନ, ସହନିର୍ଦ୍ଦେଶକ ଡ. ଉମାକାନ୍ତ ମିଶ୍ର ଉପସ୍ଥିତ ଥିଲେ। ବର୍ଷା ଯୋଗୁ ଉତ୍‌ଖନନ କାର୍ଯ୍ୟ ବନ୍ଦ ରହିଛି। ଜଙ୍ଗଲରେ ଅନାବନା ଲତା ହୋଇଥିବାରୁ ସର୍ବେକ୍ଷଣରେ ବାଧା ସୃଷ୍ଟି ହେବ। ଏଣୁ ବର୍ଷା ସମୟ ଯାଇ ଗ୍ରୀଷ୍ମଋତୁରେ ଖନନ କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ସରକାରଙ୍କ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଡ. କର ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri