Posted inରାଜ୍ୟ

ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା

ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍‌ ଏନେଇ ଗୁରୁତର ଅଭିଯୋଗ ଆଣିଛି।

ରାଜ୍ୟରେ ନିର୍ବାଚନ ହିଂସାକୁ ଉସୁକାଇବା ନେଇ CECଙ୍କୁ ଗୁରୁତର ଅଭିଯୋଗ କରିଛି କେନ୍ଦ୍ରୀୟ ଭାଜପା। ତେଣୁ ସୁଜାତାଙ୍କୁ ରାଜ୍ୟରୁ ଅପସାରଣ କରିବା ସହ ସସ୍‌ପେଣ୍ଡ ପାଇଁ ଦାବି କରିଛି ଦଳ। ଭାଜପା କରିଥିବା ଅଭିଯୋଗରେ କହିଛି, ‘ବରିଷ୍ଠ ବିଜେଡି ନେତା ତଥା ସୁଜାତା ସ୍ୱାମୀ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ସୁଜାତା କାର୍ଯ୍ୟ କରୁଛନ୍ତି। ସସ୍‌ପେଣ୍ଡ ହୋଇଥିବା ଡିଏସ୍‌ କୁଟ୍ଟେ, ଆଶିଷ ସିଂ, ସୁଜାତା ମିଶି କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପାଣ୍ଡିଆନଙ୍କ ଗାଇଡାନ୍ସରେ ଏହିତିନି ଜଣ କାର୍ଯ୍ୟ କରୁଥିବା କୁହାଯାଇଛି’। ପୂର୍ବରୁ ସୁଜାତାଙ୍କୁ ECIଙ୍କ ନିର୍ଦ୍ଦେଶରେ ମିଶନ ଶକ୍ତି ସଚିବ ପଦରୁ ହଟା ଯାଇଥିଲା।

ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ଏଥିସହିତ ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ମଙ୍ଗଳବାର କମିଶନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। କୁଟ୍ଟେଙ୍କୁ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହିତ ଡି.ଏସ୍‌. କୁଟ୍ଟେଙ୍କ ବିରୋଧରେ ଥିବା ଚିଠା ଚାର୍ଜଶିଟ୍‌କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଦେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କୁଟ୍ଟେଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁସାରେ ଆବଶ୍ୟକ ଚାର୍ଜଶିଟ୍‌ ମେ’ ୩୦ତାରିଖ ସୁଦ୍ଧା ପ୍ରସ୍ତୁତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଛି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂ ମେ’ ୪ ତାରିଖରୁ ସ୍ବାସ୍ଥ୍ୟ ଖରାପ ଥିବା ଦର୍ଶାଇ ଛୁଟିରେ ଅଛନ୍ତି। ମାତ୍ର ସେ ନିର୍ବାଚନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ କ୍ଷେତ୍ରସ୍ତରରୁ ବାରମ୍ବାର ଖବର ଆସୁଥିବାରୁ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ କରି ମେ’ ୩୦ ତାରିଖ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ କମିଶନ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଆବଶ୍ୟକ ପ୍ରକ୍ରିୟା କରିବା ସହ ଆଶିଷ କେଉଁସବୁ ରୋଗ ପାଇଁ ଚିକିତ୍ସିତ ହେଉଛନ୍ତି ତା’ର ବିସ୍ତୃତ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri