Posted inରାଜ୍ୟ

ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା

ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍‌ ଏନେଇ ଗୁରୁତର ଅଭିଯୋଗ ଆଣିଛି।

ରାଜ୍ୟରେ ନିର୍ବାଚନ ହିଂସାକୁ ଉସୁକାଇବା ନେଇ CECଙ୍କୁ ଗୁରୁତର ଅଭିଯୋଗ କରିଛି କେନ୍ଦ୍ରୀୟ ଭାଜପା। ତେଣୁ ସୁଜାତାଙ୍କୁ ରାଜ୍ୟରୁ ଅପସାରଣ କରିବା ସହ ସସ୍‌ପେଣ୍ଡ ପାଇଁ ଦାବି କରିଛି ଦଳ। ଭାଜପା କରିଥିବା ଅଭିଯୋଗରେ କହିଛି, ‘ବରିଷ୍ଠ ବିଜେଡି ନେତା ତଥା ସୁଜାତା ସ୍ୱାମୀ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ସୁଜାତା କାର୍ଯ୍ୟ କରୁଛନ୍ତି। ସସ୍‌ପେଣ୍ଡ ହୋଇଥିବା ଡିଏସ୍‌ କୁଟ୍ଟେ, ଆଶିଷ ସିଂ, ସୁଜାତା ମିଶି କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପାଣ୍ଡିଆନଙ୍କ ଗାଇଡାନ୍ସରେ ଏହିତିନି ଜଣ କାର୍ଯ୍ୟ କରୁଥିବା କୁହାଯାଇଛି’। ପୂର୍ବରୁ ସୁଜାତାଙ୍କୁ ECIଙ୍କ ନିର୍ଦ୍ଦେଶରେ ମିଶନ ଶକ୍ତି ସଚିବ ପଦରୁ ହଟା ଯାଇଥିଲା।

ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ଏଥିସହିତ ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ମଙ୍ଗଳବାର କମିଶନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। କୁଟ୍ଟେଙ୍କୁ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହିତ ଡି.ଏସ୍‌. କୁଟ୍ଟେଙ୍କ ବିରୋଧରେ ଥିବା ଚିଠା ଚାର୍ଜଶିଟ୍‌କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଦେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କୁଟ୍ଟେଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁସାରେ ଆବଶ୍ୟକ ଚାର୍ଜଶିଟ୍‌ ମେ’ ୩୦ତାରିଖ ସୁଦ୍ଧା ପ୍ରସ୍ତୁତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଛି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂ ମେ’ ୪ ତାରିଖରୁ ସ୍ବାସ୍ଥ୍ୟ ଖରାପ ଥିବା ଦର୍ଶାଇ ଛୁଟିରେ ଅଛନ୍ତି। ମାତ୍ର ସେ ନିର୍ବାଚନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ କ୍ଷେତ୍ରସ୍ତରରୁ ବାରମ୍ବାର ଖବର ଆସୁଥିବାରୁ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ କରି ମେ’ ୩୦ ତାରିଖ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ କମିଶନ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଆବଶ୍ୟକ ପ୍ରକ୍ରିୟା କରିବା ସହ ଆଶିଷ କେଉଁସବୁ ରୋଗ ପାଇଁ ଚିକିତ୍ସିତ ହେଉଛନ୍ତି ତା’ର ବିସ୍ତୃତ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି...

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ...

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ...

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ...

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪...

ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍‌ଲୋଡ୍‌

କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍‌ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri