Posted inଫୁରସତ

ସେଣ୍ଟ୍ରାଲ୍‌ ଏକ୍ସାଇଜ ଡେ’

୧୯୪୪ ଫେବୃୟାରୀ ୨୪ରେ ଲାଗୁ ହୋଇଥିବା ସେଣ୍ଟ୍ରାଲ ଏକ୍ସାଇଜ୍‌ ବା କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଏବଂ ଲୁଣ ଆଇନକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ଫେବୃୟାରୀ ୨୪କୁ ସେଣ୍ଟ୍ରାଲ୍‌ ଏକ୍ସାଇଜ୍‌ ଡେ ଭାବେ ପାଳନ କରାଯାଉଛି। ଦେଶ ପାଇଁ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଇନ୍‌ଡାଇରେକ୍ଟ ଟ୍ୟାକ୍ସ ଆଣ୍ଡ କଷ୍ଟମ୍ସ(ସିବିଆଇସି)ର ସେବାକୁ ସମ୍ମାନ ଜଣାଇବା ପାଇଁ ଏହି ଦିବସରେ ଭଲ କାମ କରିଥିବା ଅଧିକାରୀମାନଙ୍କୁ ସମ୍ମାନିତ କରାଯାଇଥାଏ। ବିଶେଷ କରି ସାମଗ୍ରୀ ଉତ୍ପାଦନ ବ୍ୟବସାୟରେ ଦୁର୍ନୀତିକୁ ରୋକିବା ସହ ସ୍ବଚ୍ଛତା ବଜାୟ ରଖିବା ପାଇଁ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଏହି ଦିବସରେ ଦେଶରେ ବିଭିନ୍ନ ସ୍ଥାନରେ ସେମିନାର, କର୍ମଶାଳା, ଶିକ୍ଷାଗତ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ, ସଚେତନତା କାର୍ଯ୍ୟକ୍ରମ, ପ୍ରତିଯୋଗିତା ଏବଂ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଥାଏ। ଏହା ବ୍ୟତୀତ ସମ୍ପୃକ୍ତ ବିଭାଗ ଏବଂ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ କରାଯିବା ସହ ସେବା ପ୍ରଦାନକାରୀ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥାଏ।
ସିବିଆଇସି ପୂର୍ବରୁ ସେଣ୍ଟ୍ରାଲ ଏକ୍ସାଇଜ ଆଣ୍ଡ କଷ୍ଟମ୍ସ ଭାବରେ ଜଣାଶୁଣା ଥିଲା। କଷ୍ଟମ୍ସ ଆଇନ ପରିଚାଳନା ପାଇଁ କଷ୍ଟମ୍ସ ଏବଂ ସେଣ୍ଟ୍ରାଲ ଏକ୍ସାଇଜ/କେନ୍ଦ୍ରୀୟ ଜିଏସ୍‌ଟି ବିଭାଗ ପ୍ରତିଷ୍ଠା କରାଯାଇଛି। ୨୦୧୭ ଜୁଲାଇ ୧ରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବା ପରଠାରୁ ଏହା କେନ୍ଦ୍ରୀୟ ଉତ୍ପାଦ ଶୁଳ୍କର ପରିସୀମା ହ୍ରାସ ପାଇଛି। ଏହା ଏବେ କେବଳ ପେଟ୍ରୋଲିୟମ ଜାତ ଦ୍ରବ୍ୟ ଏବଂ ଟବାକୋ(ମାଦକ ଦ୍ରବ୍ୟ ସଂକ୍ରାନ୍ତୀୟ) ସାମଗ୍ରୀ ଉପରେ ଲାଗୁ ହେଉଛି।
ବର୍ତ୍ତମାନ ଏହି ବିଭାଗ ଅର୍ଥ ମନ୍ତ୍ରଣାଳୟର ରାଜସ୍ବ ବିଭାଗ ଅଧୀନରେ ଅଛି, ଯାହା କଷ୍ଟମ୍ସ ଆଦାୟ, କେନ୍ଦ୍ରୀୟ ଏକ୍ସାଇଜ ଡ୍ୟୁଟି, କେନ୍ଦ୍ରୀୟ ଜିଏସ୍‌ଟି ଏବଂ ଆଇଜିଏସ୍‌ଟି, ଚୋରା ଚାଲାଣ ରୋକିବା ଏବଂ ନାର୍କୋଟିକ୍ସ(ନିଶା କାରବାର)ଜଡ଼ିତ ବିଷୟଗୁଡ଼ିକର ଟିକସ ପ୍ରଶାସନ ସମ୍ବନ୍ଧୀୟ ନୀତି ପ୍ରଣୟନ ସହିତ କାର୍ଯ୍ୟ କରୁଛି। ସିବିଆଇସି ଅଧୀନରେ କଷ୍ଟମ୍ସ, ସେଣ୍ଟ୍ରାଲ ଏକ୍ସାଇଜ, ସେଣ୍ଟ୍ରାଲ ଦ୍ରବ୍ୟ ଓ ସେବା କର, ଆଇଜିଏସ୍‌ଟି, ନାର୍କୋଟିକ୍ସ,
କଷ୍ଟମ ହାଉସ, ସେଣ୍ଟ୍ରାଲ ଏକ୍ସାଇଜ ଏବଂ ସେଣ୍ଟ୍ରାଲ ଜିଏସ୍‌ଟି କମିଶନର, କେନ୍ଦ୍ରୀୟ ରାଜସ୍ବ ନିୟନ୍ତ୍ରଣ ଲାବରେଟୋରି ସମେତ ଅନ୍ୟାନ୍ୟ ବୋର୍ଡ ଏହାର ଅଧୀନ ସଂଗଠନଗୁଡ଼ିକ ପାଇଁ ପ୍ରଶାସନିକ ପ୍ରାଧିକରଣ ଭାବେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri