କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ

ପିପିଲି, ୮ା୪(ସ୍ବ.ପ୍ର): ଉପନିର୍ବାଚନ ପୂର୍ବରୁ ବୁଧବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଆଇନ ଶୃଙ୍ଖଳା) ଯଶଓ୍ବନ୍ତ ଜେଠଓ୍ବା ପିପିଲି ଗସ୍ତ କରି ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନକୁ ସ୍ବଚ୍ଛ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାରେ କରିବା ପାଇଁ ସମସ୍ତ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି। ନିର୍ବାଚନ ସୁପରିଚାଳନା ପାଇଁ ଏବେ ୧୮ପ୍ଲାଟୁନ୍‌ ଓଏସ୍‌ଏପି ଫୋର୍ସ ମୁତୟନ କରାଯାଇଛି। ଏଥିସହ ଖୁବ୍‌ଶୀଘ୍ର ୩ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ନିର୍ବାଚନ ମଣ୍ଡଳୀରେ ମୁତୟନ ହେବେ ବୋଲି ଜେଠଓ୍ବା କହିଛନ୍ତି। ଉପନିର୍ବାଚନକୁ ଦୃଷ୍ଟିରେ ରଖି ପିପିଲି ଓ ଡେଲାଙ୍ଗ ଥାନା ଅଞ୍ଚଳରେ ବିଭିନ୍ନ ଅପରାଧମୂଳକ କାର୍ଯ୍ୟରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫୦ଜଣଙ୍କୁ ଗିରଫ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିସହ ଶାନ୍ତି ଭଙ୍ଗ କରିବା ସମ୍ଭାବନାରେ ୮୦୦ଜଣ ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରାଯାଇ ୧୦୭,୧୧୦ ଦଫାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ା ଏପରି କି ଅସ୍ତ୍ରଶସ୍ତ୍ର ଲାଇସେନ୍ସର ବିବରଣୀ ପ୍ରଶାସନ ନିକଟରେ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ା ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇ ବିଭିନ୍ନ ବେଆଇନ ଗତିବିଧି ଉପରେ ତୀକ୍ଷ୍ଣ ଦୃଷ୍ଟି ରଖାଯାଇଛି। ହିଂସାମତ୍କ କାର୍ଯ୍ୟକଳାପ ସହିତ ଚୋରା ମଦ କାରବାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ପୋଲିସକୁ ଜେଠଓ୍ବା ନିର୍ଦ୍ଦେଶ ଦେଇଛନ୍ତି। ପିପିଲି ତଥା ଜିଲା ସହ ସଂଲଗ୍ନ ୫ଟି ପ୍ରବେଶ ଓ ସୀମାବର୍ତ୍ତୀ ପଥକୁ ମାର୍କିଂ କରି ନାକାବନ୍ଦୀ କରିବା ସହ ୧୦ଟି ସ୍ଥାନରେ ସିସି କ୍ୟାମେରାରେ ସମସ୍ତ ଦୃଶ୍ୟ ନଜର ରଖିବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେହି ଅଞ୍ଚଳଦେଇ ପିପିଲିକୁ ଆସୁଥିବା ସମସ୍ତ ମୋଟରଯାନକୁ କଡ଼ାକଡ଼ି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ବୁଥ୍‌ର ବର୍ଗୀକରଣ କରାଯିବା ସହ ସମ୍ବେଦନଶୀଳ ଓ ଅତିସମ୍ବେଦନଶୀଳ ବୁଥ୍‌ ଚିହ୍ନଟ କରି ସେଠାରେ ଅଧିକରୁ ଅଧିକ ପୋଲିସ ବାହିନୀ ସହିତ କେନ୍ଦ୍ରୀୟ ସୁରକ୍ଷାବଳକୁ ମୁତୟନ କରାଯିବ ବୋଲି ଜେଠୱା କହିଛନ୍ତି। ନିର୍ବାଚନ ଆୟୋଗଙ୍କ ନିୟମ ଅନୁଯାୟୀ କୋଭିଡ୍‌ ନିୟମର ଅନୁପାଳନ ଓ ଆଦର୍ଶ ଆଚରଣ ବିଧି ସଂକ୍ରାନ୍ତରେ ସେ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୀକ୍ଷା ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଜୟନାରାୟଣ ପଙ୍କଜ, ଡିଆଇବି ଡିଏସ୍‌ପି ହୃଷୀକେଶ ପଣ୍ଡା, ପୁରୀ ଏସ୍‌ପି କନ୍‌ୱର ବଲୱନ୍ତ ସିଂ, ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡ଼ଜେନା, ପିପିଲି ଏସଡିପିଓ ଦେବଦତ୍ତ ବରାଳ, ପିପିଲି ଥାନା ଅଧିକାରୀ ଗୌରାଙ୍ଗ ଚରଣ ପୃଷ୍ଟି, ଡେଲାଙ୍ଗ ଥାନା ଅଧିକାରୀ ରଶ୍ମିରଞ୍ଜନ ପଟ୍ଟନାୟକ, ବଳଙ୍ଗା ଓଆଇସି ସମର କୁମାର ପାଇକରାୟ , ସତ୍ୟବାଦୀ ଥାନା ଅଧିକାରୀ ଦେବୀପ୍ରସାଦ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri