Posted inଜାତୀୟ

କେନ୍ଦ୍ର ସରକାର ଏଜେନ୍ସିର: ମମତା

କୋଲକାତା,୨୬।୧୧: ଯାହାଙ୍କୁ ମୁଁ ଭାଇ ଭଳି ଦେଖେ ସେ ମୋତେ କହୁଛନ୍ତି, ପଶ୍ଚିମବଙ୍ଗ ସରକାର ଏବେ ପାର୍ଟି ପାଇଁ, ପାର୍ଟି ଦ୍ୱାରା ଏବଂ ପାର୍ଟିର ହୋଇଯାଇଛି। ତେବେ କେନ୍ଦ୍ର ସରକାର ଏଜେନ୍ସିର, ଏଜେନ୍ସି ଦ୍ୱାରା ଏବଂ ଏଜେନ୍ସି ପାଇଁ ବୋଲି ମୁଁ ଏହାର ଜବାବ ଦେଇପାରିବି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ସହଯୋଗୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ସାକ୍ଷାତ ପରେ ଏଭଳି କହିଛନ୍ତି। ଚା’ ପାଇଁ ନିମନ୍ତ୍ରଣ ପାଇ ଶୁକ୍ରବାର ରାଜ୍ୟ ବିଧାନସଭାସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ମମତାଙ୍କୁ ଅନ୍ୟ ତିନି ବିଧାୟକଙ୍କ ସହ ଶୁଭେନ୍ଦୁ ସାକ୍ଷାତ କରିଥିଲେ। ତେବେ ବିଧାନସଭା ପରିସରସ୍ଥିତ ପ୍ଲାଟିନମ୍‌ ଜୁବୁଲି ମେମୋଟିଆଲ ବିଲ୍ଡିଂର ଉଦ୍‌ବୋଧନ ପୂର୍ବରୁ ଏହି ଦୁଇ ନେତାଙ୍କ ସାକ୍ଷାତ ହୋଇଛି।
ମମତାଙ୍କ ସହ ସାକ୍ଷାତ ସମ୍ପର୍କରେ ଶୁଭେନ୍ଦୁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ୩-୪ ମିନିଟ୍‌ର ଏହି ସାକ୍ଷାତ ସୌଜନ୍ୟମୂଳକ ଥିଲା। ନନ୍ଦିଗ୍ରାମରେ ଲଢେଇ ମମତାଜୀଙ୍କ ସହ ବ୍ୟକ୍ତିଗତ ନ ଥିଲା। ଏହା ରାଜନୈତିକ ଏବଂ ଏକ ବିଚାରଧାରା ମଧ୍ୟରେ ଲଢେଇ ଥିଲା। ସୂଚନାଯୋଗ୍ୟ, ଶୁଭେନ୍ଦୁ ତାଙ୍କ ଆସନ ବ୍ୟବସ୍ଥାକୁ ବିରୋଧକରି ବୁଧବାର ନୂତନ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ନ ଥିଲେ। ଏଥିନେଇ ସେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଟାର୍ଗେଟ୍‌ କରିଥିଲେ। ତେବେ ତୃଣମୂଳ କଂଗ୍ରେସ ଛାଡ଼ିବା ପରେ ମମତାଙ୍କ ସହ ଶୁଭେନ୍ଦୁଙ୍କର ଏହା ତାଙ୍କର ପ୍ରଥମ ସାକ୍ଷାତ ଥିଲା। ଏହି ସାକ୍ଷାତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri