Posted inଜାତୀୟ

କେନ୍ଦ୍ର ସରକାର ଏଜେନ୍ସିର: ମମତା

କୋଲକାତା,୨୬।୧୧: ଯାହାଙ୍କୁ ମୁଁ ଭାଇ ଭଳି ଦେଖେ ସେ ମୋତେ କହୁଛନ୍ତି, ପଶ୍ଚିମବଙ୍ଗ ସରକାର ଏବେ ପାର୍ଟି ପାଇଁ, ପାର୍ଟି ଦ୍ୱାରା ଏବଂ ପାର୍ଟିର ହୋଇଯାଇଛି। ତେବେ କେନ୍ଦ୍ର ସରକାର ଏଜେନ୍ସିର, ଏଜେନ୍ସି ଦ୍ୱାରା ଏବଂ ଏଜେନ୍ସି ପାଇଁ ବୋଲି ମୁଁ ଏହାର ଜବାବ ଦେଇପାରିବି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ସହଯୋଗୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ସାକ୍ଷାତ ପରେ ଏଭଳି କହିଛନ୍ତି। ଚା’ ପାଇଁ ନିମନ୍ତ୍ରଣ ପାଇ ଶୁକ୍ରବାର ରାଜ୍ୟ ବିଧାନସଭାସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ମମତାଙ୍କୁ ଅନ୍ୟ ତିନି ବିଧାୟକଙ୍କ ସହ ଶୁଭେନ୍ଦୁ ସାକ୍ଷାତ କରିଥିଲେ। ତେବେ ବିଧାନସଭା ପରିସରସ୍ଥିତ ପ୍ଲାଟିନମ୍‌ ଜୁବୁଲି ମେମୋଟିଆଲ ବିଲ୍ଡିଂର ଉଦ୍‌ବୋଧନ ପୂର୍ବରୁ ଏହି ଦୁଇ ନେତାଙ୍କ ସାକ୍ଷାତ ହୋଇଛି।
ମମତାଙ୍କ ସହ ସାକ୍ଷାତ ସମ୍ପର୍କରେ ଶୁଭେନ୍ଦୁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ୩-୪ ମିନିଟ୍‌ର ଏହି ସାକ୍ଷାତ ସୌଜନ୍ୟମୂଳକ ଥିଲା। ନନ୍ଦିଗ୍ରାମରେ ଲଢେଇ ମମତାଜୀଙ୍କ ସହ ବ୍ୟକ୍ତିଗତ ନ ଥିଲା। ଏହା ରାଜନୈତିକ ଏବଂ ଏକ ବିଚାରଧାରା ମଧ୍ୟରେ ଲଢେଇ ଥିଲା। ସୂଚନାଯୋଗ୍ୟ, ଶୁଭେନ୍ଦୁ ତାଙ୍କ ଆସନ ବ୍ୟବସ୍ଥାକୁ ବିରୋଧକରି ବୁଧବାର ନୂତନ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ନ ଥିଲେ। ଏଥିନେଇ ସେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଟାର୍ଗେଟ୍‌ କରିଥିଲେ। ତେବେ ତୃଣମୂଳ କଂଗ୍ରେସ ଛାଡ଼ିବା ପରେ ମମତାଙ୍କ ସହ ଶୁଭେନ୍ଦୁଙ୍କର ଏହା ତାଙ୍କର ପ୍ରଥମ ସାକ୍ଷାତ ଥିଲା। ଏହି ସାକ୍ଷାତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri