ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୫।୫: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ମାଇଲ୍‌ ଖୁଣ୍ଟ ସୃଷ୍ଟି ହେବ।

ପୁରୀ ବିମାନବନ୍ଦର ପ୍ରକଳ୍ପ ଦୀର୍ଘ ଦିନରୁ ଚର୍ଚ୍ଚାରେ ରହିଆସୁଥିଲା। ପୂର୍ବତନ ବିଜେଡି ସରକାର ଏହି ପ୍ରକଳ୍ପ ପାଇଁ ଆନ୍ତରିକତା ଦେଖାଇ ନ ଥିବା ଅଭିଯୋଗ କରି ପୁରୀ ସାଂସଦ ସମ୍ବିତ ପାତ୍ର ଲୋକସଭାରେ ପ୍ରଶ୍ନ ଉଠାଇଥିଲେ। ଏହାର ଉତ୍ତରରେ ବେସାମରିକ ବିମାନଚଳାଚଳ ମନ୍ତ୍ରୀ କିଞ୍ଜରାପୁ ରାମମୋହନ ନାଇଡୁ ସ୍ପଷ୍ଟ କରିଥିଲେ ଯେ ପ୍ରକଳ୍ପର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଆବଶ୍ୟକ।

ଏହି ବିମାନବନ୍ଦର ନିର୍ମାଣ ହେଲେ ପୁରୀରେ ପର୍ଯ୍ୟଟନ ଓ ଅର୍ଥନୀତିକୁ ନୂଆ ଗତି ମିଳିବ ବୋଲି ଆଶା କରାଯାଉଛି।ଶ୍ରୀଜଗନ୍ନାଥ ମନ୍ଦିର ଓ ସମୁଦ୍ର ତଟରେ ବିଶ୍ୱବ୍ୟାପୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ ଏବଂ ସ୍ଥାନୀୟ ଜନସାଧାରଣଙ୍କ ପାଇଁ ନିଯୁକ୍ତିର ନୂଆ ସୁଯୋଗ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri