Posted inଜାତୀୟ

ଜେକେଏନ୍‌ଏଫ୍‌କୁ ୫ ବର୍ଷ ବ୍ୟାନ୍‌ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩।୩: ଜମ୍ମୁ-କଶ୍ମୀର ନ୍ୟାଶନାଲ ଫ୍ରଣ୍ଟ (ଜେକେଏନ୍‌ଏଫ୍‌)କୁ କେନ୍ଦ୍ର ସରକାର ୫ ବର୍ଷ ପାଇଁ ବ୍ୟାନ୍‌ କରିଛନ୍ତି। ଲୋକଙ୍କ ମଧ୍ୟରେ ଅସନ୍ତୋଷର ମଞ୍ଜି ବୁଣିବା ଏବଂ ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ପ୍ରତି ବିପଦ ସୃଷ୍ଟି କରୁଥିବା କାର୍ଯ୍ୟରେ ସମ୍ପୃକ୍ତ ରହିବା ଅଭିଯୋଗରେ କଠୋରପନ୍ଥୀ ହୁରିୟାତ୍‌ କନ୍‌ଫରେନ୍ସର ଏହି ସହଯୋଗୀ ସଂଗଠନକୁ ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ) ବଳରେ ବେଆଇନ ଘୋଷଣା କରାଯାଇଛି।

ନାୟିମ ଅହମଦ ଖାନ୍‌ଙ୍କ ନେତୃତ୍ୱରେ ଗଠିତ ଜେକେଏନ୍‌ଏଫ୍‌ ଏକ ବେଆଇନ ସଂଗଠନ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ ବିଚ୍ଛିନ୍ନତାବାଦୀ ନେତା ଖାନ୍‌ଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ୨୦୧୭ ଜୁଲାଇ ୨୪ରେ ଗିରଫ କରିଥିଲା।

ଏବେ ସେ ଜେଲରେ ଅଛନ୍ତି। ଜମ୍ମୁ-କଶ୍ମୀରକୁ ଭାରତରୁ ଅଲଗା କରିବା ଦିଗରେ ଜେକେଏନ୍‌ଏଫ୍‌ କାର୍ଯ୍ୟ କରୁଥିଲା। ଏହା ବ୍ୟତୀତ ଏହି ସଂଗଠନ ଆତଙ୍କବାଦୀଙ୍କୁ ସହାୟତା ଯୋଗାଇବା ସହ ଦେଶର ସାର୍ବଭୌମତ୍ୱ, ସୁରକ୍ଷା ଏବଂ ସଂହତି ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri