ବୀମାଭୁକ୍ତ ଚାଷୀଙ୍କ ଫସଲ କ୍ଷତି ସୂଚନା ଦେବାକୁ ଅବଧି ବଢ଼ାଇଲେ କେନ୍ଦ୍ର ସରକାର, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବା ପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।

ଉଭୟ ବୀମା କରି ନ ଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରଣାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ୩ ଦିନ ପାଇଁ ବୃଦ୍ଧି କରିଛନ୍ତି। ତେଣୁ ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ।

ଓଡ଼ିଶାର ଚାଷୀମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri