ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ସେ ଲୋକଙ୍କୁ ସଚେତନ କରାଇବେ ବୋଲି ଜଣାପଡ଼ିଛି।
ବ୍ରାଣ୍ଡଆମ୍ବାସାଡର ନିଯୁକ୍ତ ପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,ଜନଗଣନା-୨୦୨୭ର ବ୍ରାଣ୍ଡ ଆମ୍ବାସଡର ଭାବେ ନିଯୁକ୍ତ ହୋଇଥିବାରୁ ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଉଛି ।