ମିଛ କହି ଶାସନ ଚଳାଇଛନ୍ତି କେନ୍ଦ୍ର ସରକାର: ଚେଲ୍ଲା କୁମାର

ବାଲେଶ୍ୱର ଅଫିସ, ୧୨ା୧୧: ବାଲେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ‘ଭାରତ ଯୋଡୋ ଯାତ୍ରା’ ଅନୁଷ୍ଠିତ ହୋଇଥିଲା। କଂଗ୍ରେସର କେନ୍ଦ୍ର ଓ ରାଜ୍ୟ ନେତୃବର୍ଗ ଏଥିରେ ସାମିଲ ହୋଇ ସହର ପ୍ରବେଶପଥ କୁରୁଡ଼ାଠାରୁ ଏକ ବିଶାଳ ପଦଯାତ୍ରାରେ ବାହାରି ଆଇଟିଆଇ ଛକ, ପୋଲିସ ଲାଇନ୍‌, ଷ୍ଟେଶନ ଛକ, ଫକୀରମୋହନ ଗୋଲେଇ, ବସ୍‌ଷ୍ଟାଣ୍ଡ ଦେଇ ଭୀମପୁରା ନିକଟରେ ପହଞ୍ଚିଥିଲେ। ପରେ ରେମୁଣା ଗୋଲେଇ ଦେଇ ବାଲେଶ୍ୱର ସୀମା କଳମା ପର୍ଯ୍ୟନ୍ତ ଯାଇଥିଲେ।
ନେତା ନବଜ୍ୟୋତି ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥିଲା। ଭାରତର ଐକ୍ୟ, ଅଖଣ୍ଡତାକୁ ରକ୍ଷା କରିବା ସହ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କୁ ଗୋଟିଏ ସୂତ୍ରରେ ବାନ୍ଧିବା ଏହି ଯାତ୍ରାର ଉଦ୍ଦେଶ୍ୟ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ। ଭାରତ ଯୋଡ଼ୋ ଯାତ୍ରା ମାଧ୍ୟମରେ ବିଭିନ୍ନତା ଭିତରେ ଏକତା ସୃଷ୍ଟି କରିବା କହିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ଟାର୍ଗେଟ କରିଥିଲେ। ଦେଶରେ ଲୋକଙ୍କୁ ମିଛ କହି ଶାସନ ଚଳାଇଛନ୍ତି କେନ୍ଦ୍ର ସରକାର। ମୁଦ୍ରା ସ୍ଥିତି ସ୍ଥିର ଅଛି ବୋଲି କହୁଛନ୍ତି ଏପଟେ ଦରଦାମ ବୃଦ୍ଧି ହୋଇଛି। ଗ୍ୟାସ, ପେଟ୍ରୋଲ ଓ ଖାଉଟି ସାମଗ୍ରୀର ଅହେତୁକ ବୃଦ୍ଧି ପାଇଛି। ଦେଶରେ ଜାତି ଜାତି ଭିତରେ ବିଭେଦତା ସୃଷ୍ଟି କରାଯାଉଛି ଓ ବେରୋଜଗାରୀଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ସେହିଭଳି ରାଜ୍ୟରେ ମଧ୍ୟ କୌଣସି ନୂଆ ଶିଳ୍ପ ହୋଇପାରିଲା ନାହିଁ। ଚାଷୀ, ଯୁବକ ହତାଶ ହୋଇଥିବା ବେଳେ ବେକାରୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହି ବାର୍ତ୍ତା ନେଇ ଆମେ ଭାରତ ଯୋଡ଼ୋ ମାଧ୍ୟମରେ ଲୋକଙ୍କ ନିକଟରେ ପହଞ୍ଚିବୁ ବୋଲି ବିଧାୟକ ତଥା ବରିଷ୍ଠ ବିଧାୟକ ସୁର ରାଉତରାୟ କହିଥିଲେ। ଏହି ପଦଯାତ୍ରାରେ ହଜାର ହଜାର କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri