ଦାବି ପୂରଣ ନ ହେଲେ ଆନ୍ଦୋଳନ: ଆଉଟସୋର୍ସିଂ କର୍ମଚାରୀଙ୍କ ଧମକ

କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ସମେତ ୧୩ଟି ବ୍ଳକର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ଧରି ଆଉଟସୋର୍ସିଂ କର୍ମଚାରୀ କାର୍ଯ୍ୟ କରି ଆସୁଛନ୍ତି l ସ୍ବଳ୍ପ ଦରମା, ଅନିଶ୍ଚିତ ଭବିଷ୍ୟତ ମଧ୍ୟରେ ଗତି କରୁଥିଲେ ମଧ୍ୟ ନୂଆ ସରକାର ଆସିବା ପରେ ସେମାନଙ୍କ କଥା ବିଚାର କରି ନ ଥିବାରୁ ଜିଲାପାଳଙ୍କ ନିକଟରେ ୩ ଦଫା ଦାବି ପତ୍ର ପ୍ରଦାନ କରି ଆସନ୍ତା ୨୬ ତାରିଖରେ ଗଣ ଆନ୍ଦୋଳନ କରିବା ପାଇଁ ସମସ୍ତ ଆଉଟସୋର୍ସିଂ କର୍ମଚାରୀ ସଜବାଜ ହେଉଥିବାର ସଭାପତି ସୁଜିତ କୁମାର ବିଶ୍ବାଳ ପ୍ରକାଶ କରିଛନ୍ତି।

ରାଜ୍ୟ ଆଉଟସୋର୍ସିଂ ନେତୃ ମଣ୍ଡଳୀର ନିର୍ଦ୍ଦେଶ କ୍ରମେ ମାର୍ଚ୍ଚ ୧୭ରୁ ରାଜ୍ୟର ସମସ୍ତ ସରକାରୀ ଆଉଟସୋର୍ସିଂ କର୍ମଚାରୀ କଳା ବ୍ୟାଜ ପିନ୍ଧି ପ୍ରତିବାଦ କରି ଆସୁଛନ୍ତି। ଉକ୍ତ କର୍ମଚାରୀବୃନ୍ଦ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ୩ଦଫା ଦାବି ଯଥା ଛଟେଇ ବନ୍ଦ ସହ ଛଟେଇ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି, ଦୈନିକ ବେତନଧାରିଙ୍କୁ ମାସିକ ଦରମା ସହ ସମସ୍ତ ବର୍ଗର ଆଉଟସୋର୍ସିଂ କର୍ମଚାରୀ ଙ୍କୁ ସ୍ଥାୟୀ କରିବା ପାଇଁ ଉଲ୍ଲେଖ କରାଯାଇଛି l ଯଦି ସରକାର ଏହି ସମୟ ମଧ୍ୟରେ ଦାବି ଗୁଡିକ ପୂରଣ ନ କରନ୍ତି, ତାହେଲେ ଆସନ୍ତା ୨୬ରେ ସମସ୍ତ ବର୍ଗର ସରକାରୀ ଆଉଟସୋର୍ସିଂ କର୍ମଚାରୀ ଏକତ୍ରୀତ ହୋଇ ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ବିଶାଳ ଆନ୍ଦୋଳନରେ ସାମିଲ ହେବେ ବୋଲି ଜିଲା ସଭାପତି ସୁଜିତ୍‌ କୁମାର ବିଶ୍ବାଳ ପ୍ରକାଶ କରିଛନ୍ତି l ଏହିଠାରେ ଉପସ୍ଥିତ ଥିବା ଜିଲ୍ଲା ସମ୍ପାଦକ ବିନୟ ପାତ୍ର, ଉପ ସଭାପତି ଅବକାଶ ଠାକୁର, କୋଷାଧ୍ୟକ୍ଷ କୈଳାସ ଚନ୍ଦ୍ର ବlଣୁଆ, ଜିଲ୍ଲା ମିଡିଆ ସଂଯୋଜକ ଶେଷଦେବ ନାୟକ ସରକାରଙ୍କ ବୈମାତୃକ ମନୋଭାବ ଉପରେ ଆଲୋକପାତ କରିଥିଲେ ଓ ଆନ୍ଦୋଳନ କୁ ସଫଳ କରିବା ପାଇଁ କହିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri