Posted inଜାତୀୟ

ଲୋକଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି କେନ୍ଦ୍ର ସରକାର, କଂଗ୍ରେସର ଅଭିଯୋଗ, ରବିବାର ହଲ୍ଲାବୋଲ ରାଲି…

ନୂଆଦିଲ୍ଲୀ, ୩।୯ : ଦରଦାମ ବୃଦ୍ଧି ନେଇ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରାଯାଇଛି। ଶନିବାର କଂଗ୍ରେସ ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଲୋକଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି। କଂଗ୍ରେସ ସାଂଗଠନିକ ମହାସଚିବ କେ.ସି.ବେଣୁଗୋପାଳ କହିଛନ୍ତି ତାଙ୍କ ଦଳ ଦେଶର ଜନସାଧାରଣଙ୍କ ହିତ ପାଇଁ ଲଢ଼େଇ ଜାରି ରଖିବ।

ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ କଂଗ୍ରେସ ଦରଦାମ୍‌ ବୃଦ୍ଧି ନେଇ ହଲ୍ଲାବୋଲ ରାଲି କରିବାକୁ ଯାଉଛି। ରାଲି ପୂର୍ବରୁ ବେଣୁଗୋପାଳ ଏକ ଗଣମାଧ୍ୟମ ସମ୍ମିଳନୀରେ ଯୋଗଦେଇ ଏଭଳି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ବିଭିନ୍ନ ରାଜ୍ୟରେ ନିର୍ବାଚିତ ସରକାରଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ବିଧାୟକ କିଣାରେ ବ୍ୟସ୍ତ ଅଛନ୍ତି। କେନ୍ଦ୍ର ସରକାର ଦେଶର ସାଧାରଣ ଜନତାଙ୍କ ଦୁଃଖ ଦୁର୍ଦ୍ଦଶା ବୁଝିବା ପରିବର୍ତ୍ତେ କେବଳ ରାଜ୍ୟ ସରକାରଙ୍କୁ କ୍ଷମତାରୁ ହଟାଇବାରେ ବ୍ୟସ୍ତ ଅଛନ୍ତି। ୨୦୧୪ ଏବଂ ୨୦୨୨ ମଧ୍ୟରେ ତୁଳନା କଲେ ଏହା ସ୍ଫଷ୍ଟ ଜଣାପଡୁଛି ଯେ ଦରଦାମରେ କେତେ ବୃଦ୍ଧି ଘଟିଛି।

ସେହିପରି କଂଗ୍ରେସ ମହାସଚିବ ଅଜୟ ମାକେନ କହିଛନ୍ତି ଭାଜପା ସରକାର କେବଳ କେତେକ ପୁଞ୍ଜିବାଦୀ ସାଥୀଙ୍କୁ ଲାଭ ପହଞ୍ଚାଇବାରେ ବ୍ୟସ୍ତ ରହିଛନ୍ତି। ସାଧାରଣ ଜନତାଙ୍କ ପାଖରେ କୌଣସି ଲାଭ ପହଞ୍ଚିପାରୁନାହିଁ।

ସୂଚନାଯୋଗ୍ୟ ସେପ୍ଟେମ୍ବର ୭ରେ ଭାଜପାର କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ୩୫୦୦ କିଲୋମିଟର ଭାରତ ଯୋଡୋ ଯାତ୍ରା ପୂର୍ବରୁ କଂଗ୍ରେସ ପକ୍ଷରୁ ହଲ୍ଲାବୋଲ ରାଲି ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri