Posted inଜାତୀୟ

ଇଡ଼ି ଚଢ଼ାଉ ଦ୍ୱାରା ଲୋକଙ୍କ ଧ୍ୟାନ ହଟାଇବାର ଯୋଜନା କରୁଛନ୍ତି କେନ୍ଦ୍ର ସରକାର: ଛତିଶଗଡ଼ ମୁଖ୍ୟମନ୍ତ୍ରୀ…

ରାୟପୁର,୨୦।୨ : କୋଇଲା ମାମଲାରେ ଚାଲିଥିବା ଯାଞ୍ଚର ଏକ ଅଂଶବିଶେଷ ଭାବେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସୋମବାର ଛତିଶଗଡର କଂଗ୍ରେସ ନେତାଙ୍କ ଘର ସହିତ ଏହା ସମ୍ପର୍କିତ ଅନେକ ସ୍ଥାନରେ ଚଢ଼ାଉ କରିିଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି।

ସେ ତାଙ୍କର ଏକ ଟୁଇଟରେ ଲେଖିଛନ୍ତି, ଇଡି ଛତିଶଗଡ ପ୍ରଦେଶ କଂଗ୍ରେସ କମିଟିର କୋଷାଧ୍ୟକ୍ଷ, ଦଳର ପୂର୍ବତନ ଉପାଧ୍ୟକ୍ଷ ତଥା ଜଣେ ବିଧାୟକଙ୍କ ସମେତ ମୋର ଅନେକ ସହକର୍ମୀଙ୍କ ଘରେ ଚଢ଼ାଉ କରିଛି। ଚାରି ଦିନ ପରେ ଫେବୃୟାରୀ ୨୪ରେ ରାୟପୁରରେ କଂଗ୍ରେସର ଏକ ସାଧାରଣ ସମ୍ମିଳନୀ ହେବାକୁ ଯାଉଛି। ପ୍ରସ୍ତୁତିରେ ନିୟୋଜିତ ଆମର ସାଥୀମାନଙ୍କୁ କେନ୍ଦ୍ର ସରକାରଙ୍କ ଏଭଳି ଷଡ଼ଯନ୍ତ୍ର ବାଧା ଦେଇ ପାରିବ ନାହିଁ।

ଏହା ସହିତ ସେ ଅନ୍ୟ ଏକ ଟୁଇଟରେ ଲେଖିଛନ୍ତି, “ଭାରତ ଯୋଡୋ ଯାତ୍ରା” ର ସଫଳତା ନେଇ ଭାଜପା ନିରାଶ ହୋଇଛି। ଏହି ଚଢ଼ାଉ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏକ ପ୍ରୟାସ। ଦେଶର ଲୋକଙ୍କ ସତ କଥା ଜଣା। ଆମେ ଲଢ଼ିବୁ ଏବଂ ଜିତିବୁ।

କେନ୍ଦ୍ରୀୟ ଏଜେନ୍ସି ଅଧିକାରୀମାନେ କହିଛନ୍ତି ଯେ ବର୍ତ୍ତମାନର ସରକାରଙ୍କ କାର୍ଯ୍ୟକାଳ ମଧ୍ୟରେ ହୋଇଥିବା କୋଇଲା ଦୁର୍ନୀତିର ଅପରାଧରୁ ଯେଉଁମାନେ ଲାଭ ପାଇଛନ୍ତି ସେମାନଙ୍କର ଇଡି ଯାଞ୍ଚ କରୁଛି। ଏଜେନ୍ସି ଅନୁଯାୟୀ, ଇଡି ଅନୁସନ୍ଧାନ ଏକ ବଡ ସ୍କାମ ସହିତ ଜଡିତ ଯେଉଁଥିରେ ଛତିଶଗଡରେ ପରିବହନ ହେଉଥିବା ଟନ କୋଇଲା ପିଛା ୨୫ ଟଙ୍କା ବେଆଇନ ଆଦାୟରେ ବରିଷ୍ଠ ଅମଲାତନ୍ତ୍ର, ବ୍ୟବସାୟୀ, ରାଜନୈତିକ ନେତା ତଥା ମଧ୍ୟସ୍ଥିଙ୍କର ଏକ ଦଳ ତିଆରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?