Posted inଜାତୀୟ

ପଳାତକଙ୍କୁ ସୁରକ୍ଷା ଦେଉଛନ୍ତି କେନ୍ଦ୍ର ସରକାର, କଂଗ୍ରେସର ଅଭିଯୋଗ…

ନୂଆଦିଲ୍ଲୀ,୧୧।୧୦: କେନ୍ଦ୍ରର ଭାଜପା ସରକାରଙ୍କୁ କଂଗ୍ରେସ ପକ୍ଷରୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅର୍ଥନୈତିକ ଅପରାଧରେ ଜଡିତ ଲୋକଙ୍କୁ ଦେଶରୁ ବାହାର କରି ସେମାନଙ୍କୁ ସମର୍ଥନ କରୁଥିବା ଅଭିଯୋଗ କରିଛି। ପଳାତକଙ୍କୁ କେନ୍ଦ୍ର ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ମୁଖପାତ୍ର ଗୌରବ ବଲ୍ଲଭ ଅଭିଯୋଗ କରିଛନ୍ତି।

ଋଣ ନେଇ ଠକିଥିବା ଅପରାଧୀଙ୍କଠାରୁ ଟଙ୍କା ଫେରସ୍ତ ଆଣିବା ପରିବର୍ତ୍ତେ ଭାଜପା ସରକାର ସେମାନଙ୍କୁ ଦେଶରୁ ବାହାରକୁ ପଳାଇବାରେ ସହାୟତା କରୁଥିବା ଗୌରବ କହିଛନ୍ତି।

ପଳାତକମାନେ ବାହାର ଦେଶରେ ରହି ନିଜ କମ୍ପାନୀରେ ପ୍ରସ୍ତୁତ ସାମଗ୍ରୀ ଦେଶକୁ ପଠାନ୍ତି ଏବଂ ଏସବୁକୁ କେନ୍ଦ୍ର ସରକାର ସେମାନଙ୍କଠାରୁ କିଣୁଛନ୍ତି ବୋଲି ସେ କହିଛନ୍ତି।

ସାଣ୍ଡେସରା ଗ୍ରୁପର ନୀରବ ମୋଦୀ, ମେହୁଲ ଚୋକସି, ବିଜୟ ମାଲ୍ୟାଙ୍କ ଉପରେ ଇଡି କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ସେମାନେ ଆରାମ୍‌ରେ ଦେଶ ଛାଡି ଚାଲିଯାଇଛନ୍ତି। ସେମାନଙ୍କ ଉପରେ କୌଣସି ପ୍ରତିବନ୍ଧକ ଲଗାଯାଇ ନାହିଁ। ସେମାନଙ୍କ ପ୍ରତ୍ୟାର୍ପଣ କ୍ଷେତ୍ରରେ ମଧ୍ୟ କେନ୍ଦ୍ର ସରକାର ଅସଫଳ ରହିଛନ୍ତି। ସରକାରଙ୍କ ଆବେଦନକୁ ଇଣ୍ଟରପୋଲ ଖାରଜ କରି ଦେଇଛନ୍ତି। ସରକାର ଏହା ଉପରେ ଏବେ ନୀରବ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri