Posted inଜାତୀୟ

ଟୁଇଟରକୁ କେନ୍ଦ୍ର ସରକାରଙ୍କ ନୋଟିସ: ଆକାଉଣ୍ଟକୁ ଚାଲୁ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୧: ଟୁଇଟରକୁ କେନ୍ଦ୍ର ସରକାରଙ୍କ ଏକ ନୋଟିସ ଜାରି କରାଯାଇଛି। ହିଂସା ସୃଷ୍ଟି ପାଇଁ ବନ୍ଦ କରାଯାଇଥିବା ଆକାଉଣ୍ଟକୁ ପୁଣି ଚାଲୁ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ନିର୍ଦ୍ଦେଶ ଜାରି କରାଯାଇଛି। ଚାଷୀ ଆନ୍ଦୋଳନ ଆରମ୍ଭ ହେବାଠାରୁ ଦେଶରେ ହିଂସା ସୃଷ୍ଟି ଭଳି ଅନେକ ଆପତ୍ତିଜନକ ମନ୍ତବ୍ୟ ଟୁଇଟ କରାଯାଇଛି। ହେଲେ ତାହାକୁ ଠିକ୍‌ ସମୟରେ ହଟାଯାଇ ନାହିଁ। ଅନ୍ୟପକ୍ଷେ ଚାଷୀ ଆନ୍ଦୋଳନକୁ ନେଇ ହିଂସା ସୃଷ୍ଟି କଲା ଭଳି ଟୁଇଟ କରୁଥିବା ଲୋକଙ୍କ ଆକାଉଣ୍ଟ ସ୍ଥଗିତ କରିବାର କିଛି ଘଣ୍ଟା ପରେ ପୁଣି ଥରେ ଚାଲୁ ନ କରିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ଯଦି ସରକାରଙ୍କ ଆଦେଶକୁ ଟୁଇଟର କାର୍ଯ୍ୟକାରୀ ନ କରେ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦିଆଯାଇଛି।
ସୂଚନା ଯୋଗ୍ୟ, ଚାଷୀ ଆନ୍ଦୋଳନ ଏବଂ ସାଧାରଣତନ୍ତ୍ର ଦିବସରେ ଘଟିଥିବା ଘଟଣାକୁ ନେଇ ହିଂସା ସୃଷ୍ଟି କଲାଭଳି ଟୁଇଟ କରୁଥିବା ବ୍ୟବହାରକାରୀ ଏବଂ ଟୁଇଟକୁ ରି-ଟୁଇଟ କରୁଥିବା ୨୫୦ ବ୍ୟବହାରକାରୀଙ୍କ ଆକାଉଣ୍ଟକୁ ବନ୍ଦ କରାଯାଇଥିଲା। ହେଲେ ବନ୍ଦ କରିବାର କିଛି ଘଣ୍ଟା ପରେ ଟୁଇଟର ପୁଣି ଆକାଉଣ୍ଟ ଚାଲୁ କରିଦେଇଥିଲା। ଏନେଇ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri