ସେପ୍ଟେମ୍ବରରୁ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ ବିଚାର କରୁଛନ୍ତି। ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବାର ଯୋଜନା ରହିଛି। ପ୍ରଥମେ ଦଶମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ପ୍ରତି ଶ୍ରେଣୀର ୪ଟି ସେକସନ୍‌ରୁ ଗୋଟିଏ ଦିନରେ ଦୁଇଟି ସେକସନ୍‌ରେ ପାଠପଢ଼ା ହେବ। ଯାହାଦ୍ୱାରା ସାମାଜିକ ଦୂରତା ବଜାୟ ରଖିବା ସମ୍ଭବ ହୋଇପାରିବ। ସ୍କୁଲର ସାଧାରଣ ସମୟ ୫ରୁ୬ ଘଣ୍ଟା ପାଠପଢ଼ା ନ ଯାଇ ୨ରୁ୩ ଘଣ୍ଟା ପାଠପଢ଼ା ହେବ। କେବଳ ୩୩ ପ୍ରତିଶତ କର୍ମଚାରୀଙ୍କୁ ନେଇ ସ୍କୁଲ ଖୋଲାଯିବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଷଷ୍ଠରୁ ନବମ ଶ୍ରେଣୀ ପିଲା ସ୍କୁଲକୁ ଯିବେ। ତେବେ ପ୍ରାଇମେରୀ ପ୍ରି-ପ୍ରାଇମେରୀ ପିଲାଙ୍କ ଲାଗି ଅନ୍‌ ଲାଇନ୍‌ କ୍ଲାସ୍‌ ଜାରି ରହିବାର ଯୋଜନା କରାଯାଇଛି। ସ୍କୁଲ ଖୋଲିବା ନେଇ ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏନେଇ କେତେକ ରାଜ୍ୟ ନିଜର ମତାମତ ମଧ୍ୟ କେନ୍ଦ୍ର ସରକାରଙ୍କ ପାଖକୁ ପଠାଇଛନ୍ତି। ସେଥିମଧ୍ୟରେ ହରିୟାଣା,କେରଳ, ବିହାର, ଆସାମ ଏବଂ ଲଦାଖରେ ଅଗଷ୍ଟଠାରୁ ସ୍କୁଲ ଖୋଲାଯିବା ଉପରେ ବିଚାର କରାଯାଉଥିବା ଦର୍ଶାଯାଇଛି। ଅପରପକ୍ଷରେ ରାଜସ୍ଥାନ, କର୍ନାଟକ ଏବଂ ଆନ୍ଧ୍ରପ୍ରଦେଶ ସେପ୍ଟେମ୍ବରକୁ ସ୍କୁଲ ଖୋଲିବାକୁ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri