ସେପ୍ଟେମ୍ବରରୁ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ ବିଚାର କରୁଛନ୍ତି। ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବାର ଯୋଜନା ରହିଛି। ପ୍ରଥମେ ଦଶମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ପ୍ରତି ଶ୍ରେଣୀର ୪ଟି ସେକସନ୍‌ରୁ ଗୋଟିଏ ଦିନରେ ଦୁଇଟି ସେକସନ୍‌ରେ ପାଠପଢ଼ା ହେବ। ଯାହାଦ୍ୱାରା ସାମାଜିକ ଦୂରତା ବଜାୟ ରଖିବା ସମ୍ଭବ ହୋଇପାରିବ। ସ୍କୁଲର ସାଧାରଣ ସମୟ ୫ରୁ୬ ଘଣ୍ଟା ପାଠପଢ଼ା ନ ଯାଇ ୨ରୁ୩ ଘଣ୍ଟା ପାଠପଢ଼ା ହେବ। କେବଳ ୩୩ ପ୍ରତିଶତ କର୍ମଚାରୀଙ୍କୁ ନେଇ ସ୍କୁଲ ଖୋଲାଯିବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଷଷ୍ଠରୁ ନବମ ଶ୍ରେଣୀ ପିଲା ସ୍କୁଲକୁ ଯିବେ। ତେବେ ପ୍ରାଇମେରୀ ପ୍ରି-ପ୍ରାଇମେରୀ ପିଲାଙ୍କ ଲାଗି ଅନ୍‌ ଲାଇନ୍‌ କ୍ଲାସ୍‌ ଜାରି ରହିବାର ଯୋଜନା କରାଯାଇଛି। ସ୍କୁଲ ଖୋଲିବା ନେଇ ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏନେଇ କେତେକ ରାଜ୍ୟ ନିଜର ମତାମତ ମଧ୍ୟ କେନ୍ଦ୍ର ସରକାରଙ୍କ ପାଖକୁ ପଠାଇଛନ୍ତି। ସେଥିମଧ୍ୟରେ ହରିୟାଣା,କେରଳ, ବିହାର, ଆସାମ ଏବଂ ଲଦାଖରେ ଅଗଷ୍ଟଠାରୁ ସ୍କୁଲ ଖୋଲାଯିବା ଉପରେ ବିଚାର କରାଯାଉଥିବା ଦର୍ଶାଯାଇଛି। ଅପରପକ୍ଷରେ ରାଜସ୍ଥାନ, କର୍ନାଟକ ଏବଂ ଆନ୍ଧ୍ରପ୍ରଦେଶ ସେପ୍ଟେମ୍ବରକୁ ସ୍କୁଲ ଖୋଲିବାକୁ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri