Posted inଜାତୀୟ

ଦେଶଦ୍ରୋହ ମାମଲାରେ ଉତ୍ତର ପାଇଁ ସମୟ ଲୋଡିଲେ କେନ୍ଦ୍ର ସରକାର..

ନୂଆଦିଲ୍ଲୀ, ୫।୫ : ଦେଶଦ୍ରୋହ ଆଇନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଗୁରୁବାର କରାଯାଇଛି। ଶୁଣାଣି କରାଯାଇଥିଲା। ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋର୍ଟରେ ଉପସ୍ଥିତ ରହି ମହାରାଷ୍ଟ୍ରରେ ହନୁମାନ ଚଲିସା ପାଠ କରିବା ଅଭିଯୋଗ ନେଇ ସର୍ବୋଚ୍ଚ ନ୍ୟାୟାଳୟଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ସେ ପ୍ରଧାନ ବିଚାରପତି ଏନଭି. ରମନାଙ୍କୁ କହିଥିଲେ ଯେ ଦେଶରେ କଣ ଚାଲିଛି ଆପଣ ନିଶ୍ଚୟ ଦେଖିଥିବେ।

ଏହା ସହିତ ସେ କହିଛନ୍ତି ଯେ ଦେଶଦ୍ରୋହ ଆଇନ ସମ୍ବନ୍ଧରେ ଏକ ବିସ୍ତୃତ ଗାଇଡ ଲାଇନର ଆବଶ୍ୟକତା ରହିଛି। ଏହି ନିୟମକୁ ପ୍ରତ୍ୟାଖ୍ୟାନ କରାଯିବା ଉଚିତ୍‌ ନୁହେଁ। ଶୁଣାଣି ସମୟରେ ସେ ଦେଶଦ୍ରୋହରେ ଗିରଫ ଏବଂ ମହାରାଷ୍ଟ୍ରରେ ହନୁମାନ ଚଲିସା ପାଠ କରିବା ପାଇଁ ଜାମିନ ନାମଞ୍ଜୁର ହେବାର ସୂଚନା ପ୍ରଦାନ କରିଥିଲେ।

ଦେଶଦ୍ରୋହ ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ରର ଉତ୍ତର ଲୋଡିଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମୟ ଲୋଡା ଯାଇଛି। ଏହା ଉପରେ ଆଟର୍ନି ଜେନେରାଲ କହିଛନ୍ତି ଯେ ଆଇନଜୀବୀମାନେ ଏହାର ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି। ଏହା ଦାଖଲ ହେବା ପୂର୍ବରୁ ଦକ୍ଷ ଅଧିକାରୀଙ୍କ ଅନୁମୋଦନ ଗ୍ରହଣ କରିବାକୁ ପଡିବ। ସରକାର ଏହାର ଜବାବ ନ ଦେବା ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ ରଖାଯିବା ଆବଶ୍ୟକ ବୋଲି ସେ କହିଥିଲେ।

ମେ’ ୯ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଉତ୍ତର ଦାଖଲ କରିବା ଲାଗି ଏନେଇ ସମୟ ନେଇଛନ୍ତି। ଏହାପରେ ମେ’ ୧୦ରେ ଏହାର ଶୁଣାଣି କରାଯିବ। ଏହାକୁ ବୃହତ ଖଣ୍ଡପୀଠକୁ ପଠାଯିବ କି ନାହିଁ ସେନେଇ ନିଷ୍ପତ୍ତି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri