Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ ବର୍ଷ ଧରି ଭାରତରେ ନିଷିଦ୍ଧ ଘୋଷଣା କରାଯାଇଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି। ୟୁଏପିଏ ଅଧିନିୟମ ଅନୁଯାୟୀ ଏହି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଯାଇଛି।

୨୦୧୭ ରେ, ଏନଆଇଏ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏକ ଚିଠି ଲେଖି ଏହି ସଂସ୍ଥା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଥିଲା। ଏହି ସଂଗଠନ ହିଂସା ତଥା ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ନେଇ ଏନଆଇଏ ଅନୁସନ୍ଧାନ ସାମ୍ନାକୁ ଆସିଛି। ଏନଆଇଏ ଡୋସିୟର ଅନୁଯାୟୀ ଏହି ସଂଗଠନ ଜାତୀୟ ସୁରକ୍ଷା ପ୍ରତି ବିପଦ ବୋଲି ବିବେଚନା କରାଯାଉଛି।

ପିଏଫ୍‌ଆଇ ସମେତ ୯ ସଂଗଠନକୁ ନିଷିଧ ଘୋଷଣା କରାଯାଇଛି। ଅନ୍ୟ ସଂଗଠନଗୁଡ଼ିକ ମଧ୍ୟରେ ରେହବ ଇଣ୍ଡିଆ ଫାଉଣ୍ଡେସନ, କ୍ୟାମ୍ପସ ଫ୍ରଣ୍ଟ ଅଫ ଇଣ୍ଡିଆ, ଅଲ ଇଣ୍ଡିଆ ଇମାମ କାଉନସିଲ,
ନ୍ୟାଶନାଲ କନଫେଡେରେସନ ଅଫ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେଶନ, ନ୍ୟାଶନାଲ ଓ୍ବମେନ ଫ୍ରଣ୍ଟ, ଏମ୍ପାପାଓ୍ବାର ଇଣ୍ଡିଆ ଫାଉଣ୍ଡେସନ, ରେହବ ଫାଉଣ୍ଡେସନ (କେରଳ), ଜୁନିଅର ଫ୍ରଣ୍ଟ ଆଦି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri