କରୋନା ମହାମାରୀ ପରେ ୭ ସୂତ୍ରୀ ଯୋଜନା ଉପରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ, ୫।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଦେଶର ଆର୍ଥିକ ସ୍ଥିତି ବିଗିଡ଼ି ଯାଇଛି। ଏପରିସ୍ଥଳେ ଅର୍ଥନୀତିକୁ ସ୍ବାଭାବିକ ଅବସ୍ଥାକୁ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ୭ ସୂତ୍ରୀ ଯୋଜନା ଉପରେ ଗୁରୁତ୍ୱଦେବାକୁ ଯାଉଛନ୍ତି। କୃଷିକ୍ଷେତ୍ରକୁ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେବାର ଯୋଜନା କରିଛନ୍ତି। ସେହିପରି ମାନୁଫାକଚରିଂ କ୍ଷେତ୍ରରେ ଆତ୍ମନିର୍ଭର ଲକ୍ଷ୍ୟ ନେଇ ସରକାର କାର୍ଯ୍ୟ କରୁଛନ୍ତି। ସର୍ଭିସ୍‌ ସେକ୍ଟରରେ ଇନୋଭେଶନ ଦ୍ୱାରା ଆର୍ଥିକ କ୍ଷେତ୍ରକୁ ସୁଦୃଢ଼ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ଷେତ୍ରରେ ଡିଜିଟାଲୀକରଣକୁ ଗୁରୁତ୍ୱ ଦିଆଯାଉଛି। ସେହିପରି ଗ୍ଲୋବାଲ ଭାଲ୍ୟୁ ଚେନ୍‌ରେ ଭାରତର ଆତ୍ମନିର୍ଭରତାକୁ ସୁଦୃଢ଼ କରାଯିବାର ଉଦ୍ୟମ ସରକାରଙ୍କ ପକ୍ଷରୁ ଅବ୍ୟାହତ ରହିଛି। ନିବେଶ ସୁଯୋଗ ବୃଦ୍ଧି ପାଇଁ ଡିଜିଟାଲ ଫାଇନାନ୍ସିଂ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଶ୍ରମିକଙ୍କ କାର୍ଯ୍ୟ କୁଶଳତା ବଢ଼ାଇବା ପାଇଁ ସ୍କିଲିଂ, ଅପ୍‌ ସ୍କିଲିଂ ଏବଂ ରି-ସ୍କିଲିଂ ଆଦି ୩ଟି କାର୍ଯ୍ୟକ୍ରମ ଆରମ୍ଭ କରାଯିବ। କରୋନା ମହାମାରୀ ସଙ୍କଟକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏଭଳି ସ୍ଥିିତିର ମୁକାବିଲା ଲାଗି ହେଲଥ୍‌ କେୟାର ଇକୋସିଷ୍ଟମ୍‌ ଉପରେ ଗୁରୁତ୍ୱାରୋପ କରାଯିବ। ଏହାଦ୍ୱାରା ଭାରତ ହେଲଥ୍‌ କେୟାର କ୍ଷେତ୍ରରେ ଆତ୍ମନିର୍ଭର ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?