Posted inଜାତୀୟ

ବେଆଇନ କୋଇଲା ଖନନ ରୋକିବା ପାଇଁ ୧୦ କମ୍ପାନୀ ସିଆଇଏସଏଫ ମୁତୟନ କରନ୍ତୁ କେନ୍ଦ୍ର ସରକାର: ହାଇକୋର୍ଟ…

ଶିଲଂ,୧୩।୪ : ବେଆଇନ ଖଣି ଖନନ ଏବଂ କୋଇଲା ପରିବହନକୁ ନେଇ ମେଘାଳୟ ହାଇକୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ବେଆଇନ ଖଣି ଖନନ ଏବଂ କୋଇଲା ପରିବହନ ଉପରେ କଟକଣା ଲଗାଇବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ)ର ୧୦ କମ୍ପାନୀ ମୁତୟନ କରିବାକୁ ମେଘାଳୟ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ବିଚାରପତି ସଞ୍ଜିବ ବାନାର୍ଜୀଙ୍କ ନେତୃତ୍ୱରେ ହାଇକୋର୍ଟର ଏକ ବେଞ୍ଚ ଏହି ଜନସ୍ବ।ର୍ଥ ମାମଲାର ଶୁଣାଣି ବେଳେ ଏହା କହିଛନ୍ତି।

ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ପ୍ରତିକ୍ରିୟା ମଧ୍ୟ ସଚିବଙ୍କ ମାଧ୍ୟମରେ ଉପଲବ୍ଧ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଭାରତର ଡେପୁଟି ସୋଲିସିଟର ଜେନେରାଲ ଡକ୍ଟର ମୋଜିକା କୋର୍ଟଙ୍କୁ କହିଛନ୍ତି ରାଜ୍ୟରେ ବେଆଇନ କୋଇଲା ପରିବହନ ଯାଞ୍ଚ ପାଇଁ ସିଆଇଏସଏଫ କମ୍ପାନୀ ନିୟୋଜନ କରିବାକୁ ପ୍ରସ୍ତୁତ ନୁହେଁ। ଏଥିପାଇଁ କୋର୍ଟ କହିଛନ୍ତି ଯେ ଏଥିରେ କୌଣସି ସନ୍ଦେହ ନାହିଁ ଯେ ଉଭୟ ବେଆଇନ ଖଣି ଏବଂ କୋଇଲା ପରିବହନ ଚାଲିଛି। ଯଦି ରାଜ୍ୟରେ ଆଇନର ନିୟମ ପ୍ରତିଷ୍ଠା କରିବାକୁ ପଡିବ, ତେବେ ଏହା କେବଳ ସିଆଇଏସଏଫ କମ୍ପାନୀଗୁଡିକ ଦ୍ୱାରା କରାଯାଇପାରିବ। କୋର୍ଟ କହିଛନ୍ତି ସିଆଇଏସଏଫ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଛି। ତଥାପି ସେମାନଙ୍କୁ ଶୀଘ୍ର ୧୦ କମ୍ପାନୀ ଯବାନ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୭ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri