Posted inଜାତୀୟ

ହାଫିଜ ସଇଦଙ୍କ ଭିଣୋଇଙ୍କଠାରୁ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତଙ୍କ ପର୍ଯ୍ୟନ୍ତ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୭ ।୧୦: ଆତଙ୍କବାଦୀଙ୍କ ପ୍ରତି ଜିରୋ ଟଲରାନ୍ସ ନୀତି ପ୍ରତି ପ୍ରତିବଦ୍ଧତା ପ୍ରକାଶ କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର ୟୁଏପିଏ ଅଧିନିୟମ ଅନୁଯାୟୀ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି । ମନ୍ତ୍ରଣାଳୟ କହିଛି ସୁରକ୍ଷାକୁ ଦୃଢ କରିବା ପାଇଁ ଏକ ପ୍ରତିବଦ୍ଧତା ଏବଂ ଆତଙ୍କବାଦ ପ୍ରତି ଜିରୋ ଟଲରାନ୍ସ ନୀତି ପ୍ରକାଶ କରି ସରକାର ୟୁଏପିଏ ଅଧିନିୟମ ୧୯୬୭(୨୦୧୯ରେ ସଂଶୋଧିତ) ଅନୁଯାୟୀ ଅଧିକ ୧୮ ଜଣଙ୍କୁ ଆତଙ୍କବାଦୀ ବୋଲି ଘୋଷଣା କରିଛନ୍ତି । ଏହି ସୂଚିରେ ପାକିସ୍ତାନର ଆତଙ୍କବାଦୀବି ସାମିଲ ଅଛନ୍ତି । ସରକାର ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ଲସ୍କଇ-ଇ-ତୋଏବାର ୟୁସୁଫ ମୁଜମ୍ମିଲ, ଲସ୍କର-ଇ-ତୋଏବାର ହାଫିଜ ସଇଦଙ୍କ ଭିଣୋଇ ଅବ୍ୱଦୁର ରହମାନ ମକ୍କି, ୧୯୯୯ରେ କନ୍ଧାର ଆଇସି-୮୧୪ ଅପହରଣ ଘଟଣାର ଅଭିଯୁକ୍ତ ୟୁସୁଫ ଅଜହର, ମୁମ୍ବାଇ ବୋମା ବିସ୍ଫୋରଣ ମାମଲାର ମାଷ୍ଟର ମାଇଣ୍ଡ ଟାଇଗର ମେମନ, ଛୋଟା ସକିଲ, ହିଜବୁଲ ମୁଜାହିଦ୍ଦିନର ସୟଦ ସଲାଉଦ୍ଦିନ ଓ ଇଣ୍ଡିଆନ ମୁଜାହିଦ୍ଦିନର ଭଟକଲ ବନ୍ଧୁଙ୍କୁ ଆତଙ୍କବାଦୀ ଘୋଷିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?