Posted inଜାତୀୟ

ସିବିଆଇ ଡିଆଇଜି ମୋହିତ ଗୁପ୍ତାଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସରକାର ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେଶନ ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଆଇଜି) ମୋହିତ ଗୁପ୍ତାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ମୋହିତ ଗୁପ୍ତା ଉତ୍ତର ପ୍ରଦେଶ କ୍ୟାଡରର ୨୦୦୬ ବ୍ୟାଚ ଭାରତୀୟ ପୋଲିସ ସେବା (ଆଇପିଏସ) ଅଧିକାରୀ।
କାର୍ମିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି ମୋହିତ ଗୁପ୍ତାଙ୍କ କାର୍ଯ୍ୟକାଳକୁ ଡିଆଇଜି, ସିବିଆଇ ଭାବରେ ୪ ସେପ୍ଟେମ୍ବର ୨୦୨୩ ରୁ ୩ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ କର୍ତ୍ତୃପକ୍ଷ ଅନୁମୋଦନ କରିଛନ୍ତି।

ପୋଲିସ ଅଧୀକ୍ଷକ ରଘୁରାମରାଜନ ଏ ଏବଂ ବିଦ୍ୟୁତ ବିକାଶଙ୍କ କାର୍ଯ୍ୟକାଳ ମଧ୍ୟ ବୃଦ୍ଧି କରାଯାଇଛି। ରଘୁରାମରାଜନ ନାଗାଲାଣ୍ଡ କ୍ୟାଡରର ୨୦୧୨ ବ୍ୟାଚ ଆଇପିଏସ ଅଧିକାରୀ । ଏସପି, ସିବିଆଇଙ୍କର କାର୍ଯ୍ୟକାଳ ୧୬ ସେପ୍ଟେମ୍ବର ୨୦୨୩ ରୁ ୧୫ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଦୁଇ ବର୍ଷ ବୃଦ୍ଧି କରାଯାଇଛି।

ବିଦ୍ୟୁତ ବିକାଶଙ୍କ କାର୍ଯ୍ୟକାଳ ୧ ସେପ୍ଟେମ୍ବର ୨୦୨୩ ରୁ ୧୯ ଫେବୃଆରୀ ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେ ଜଣେ ୨୦୦୮ ବ୍ୟାଚ ଭାରତୀୟ ରାଜସ୍ବ ସେବା (କଷ୍ଟମ୍ସ ଏବଂ ସେଣ୍ଟ୍ରାଲ ଏକ୍ସାଇଜ) ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri