Posted inଜାତୀୟ

ମୁଣ୍ଡ ନୋଇଲେ କେନ୍ଦ୍ର ସରକାର, ରୋହିଙ୍ଗ୍ୟା ଇଡବ୍ଲୁଏସ୍‌ ଫ୍ଲାଟ ପରିବର୍ତ୍ତେ ଡିଟେଂଶନ ସେଣ୍ଟରରେ ରହିବେ…

ନୂଆଦିଲ୍ଲୀ, ୧୭।୮ : ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଦିଲ୍ଲୀର ବକ୍କରୱାଲା ଅଞ୍ଚଳରେ ଇଡବ୍ଲୁଏସ୍‌ ଫ୍ଲାଟ ପ୍ରଦାନ କରିବାକୁ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ନେଇଥିଲେ। ଏହା ପରେ କେନ୍ଦ୍ର ସରକାର ବିରୋଧର ସମ୍ମୁଖୀନ ହୋଇଥିଲେ। କେନ୍ଦ୍ରୀୟ ଗୃହ ଓ ନଗର ବ୍ୟାପାର ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ବୁଧବାର କହିଥିଲେ ଯେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଦିଲ୍ଲୀର ବକ୍କରୱାଲାର ଆପାର୍ଟମେଣ୍ଟକୁ ସ୍ଥାନାନ୍ତର କରାଯିବ ଏବଂ ମୌଳିକ ସୁବିଧା ତଥା ପୋଲିସର ସୁରକ୍ଷା ମଧ୍ୟ ଯୋଗାଇ ଦିଆଯିବ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ଏଏପି ସରକାର କହିଥିଲେ ଯେ ଦିଲ୍ଲୀବାସୀ ଏହାକୁ ଅନୁମତି ଦେବେ ନାହିଁ। ବିଶ୍ୱ ହିନ୍ଦୁ ପରିଷଦର କେନ୍ଦ୍ରୀୟ କାର୍ଯ୍ୟକାରିଣୀ ଅଧ୍ୟକ୍ଷ ଆଲୋକ କୁମାର କହିଥିଲେ ଯେ ଆମେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରୁଛୁ ଯେ ଏହି ପ୍ରସଙ୍ଗର ପୁନର୍ବିଚାର କରନ୍ତୁ ଏବଂ ରୋହିଙ୍ଗ୍ୟାମାନଙ୍କୁ ସେମାନଙ୍କୁ ରହିବା ପରିବର୍ତ୍ତେ ଦେଶରୁ ବିତାଡିତ କରିବାର ବ୍ୟବସ୍ଥା କରନ୍ତୁ। ପାକିସ୍ତାନରୁ ଆସିଥିବା ହିନ୍ଦୁ ଶାରଣାର୍ଥୀମାନେ ଦିଲ୍ଲୀର ମଜନୁ କା ଟିଲା ଅଞ୍ଚଳରେ ଖରାପ ପରିବେଶରେ ବାସ କରୁଛନ୍ତି। ଏପରିସ୍ଥଳେ ରୋହିଙ୍ଗ୍ୟାଙ୍କ ପାଇଁ ଏଭଳି ପଦକ୍ଷେପ ସରକାର ଗ୍ରହଣ କରିବା ଦୁଃଖ ଦାୟକ ବୋଲି ସେ କହିଥିଲେ।

ତେବେ ବିବାଦ ଉପୁଜିବା ପରେ କେନ୍ଦ୍ର ସରକାର ମୁଣ୍ଡ ନୋଇଛନ୍ତି। ସେ ଏହି ଆଦେଶକୁ ପ୍ରତ୍ୟାହାର କରି ରୋହିଙ୍ଗ୍ୟାଙ୍କୁ ସେମାନଙ୍କ ଦେଶକୁ ପଠାଇବା ପର୍ଯ୍ୟନ୍ତ ଡିଟେଂଶନ ସେଣ୍ଟରରେ ରଖାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି। ସେହିଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏଭଳି କୌଣସି ନିର୍ଦ୍ଦେଶ ଜାରି ହୋଇ ନାହିଁ।

ଇଡବ୍ଲୁଏସ୍‌ (ରିଜର୍ଭଭେଶନ ଫର୍‌ ଇକୋନୋମିକାଲି ଓ୍ବିକର ସେକଶନ) ଫ୍ଲାଟଗୁଡିକ ନୂଆଦିଲ୍ଲୀ ମ୍ୟୁନିସିପାଲିଟି କାଉନସିଲ ଦ୍ୱାରା ନିର୍ମାଣ କରାଯାଇଛି । ଏସବୁ ଟିକରି ସୀମାରେ ବକ୍କରୱାଲା ଅଞ୍ଚଳରେ ଅବସ୍ଥିତ। ଏନେଇ ହରଦୀପ୍‌ ସିଂ ଟୁଇଟ୍‌ କରି କହିଥିଲେ ଯେ, ଭାରତ ସବୁବେଳେ ଶରଣାର୍ଥୀଙ୍କୁ ସ୍ବାଗତ କରିଛି ଏବଂ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେଇଛି। ଏହି ମର୍ମରେ ରୋହିଙ୍ଗ୍ୟାଙ୍କ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?