‘ଚାଷୀଙ୍କୁ ତୁରନ୍ତ କେନ୍ଦ୍ର ସରକାର ଟଙ୍କା ପ୍ରଦାନ କରନ୍ତୁ’

ଭୁବନେଶ୍ବର, ୧୪ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫବିଓ୍ବାଇ)କୁ ନେଇ ଭାଜପାକୁ ଟାର୍ଗେଟ କରିଛି ବିଜେଡି। ଚାଷୀଙ୍କୁ ଫସଲବୀମା ତୁରନ୍ତ କେନ୍ଦ୍ର ସରକାର ପ୍ରଦାନ କରନ୍ତୁ ବୋଲି ଶାସକ ଦଳ ପକ୍ଷରୁ ଦାବି କରାଯାଇଛି। ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ କହିଛନ୍ତି, ଏହି ଯୋଜନାଟି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭାବେ ନାମିତ ହୋଇଛି। ତେଣୁ ଫସଲ ବୀମା ଅର୍ଥ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବାକୁ ପଡ଼ିବ। ଯେହେତୁ କେନ୍ଦ୍ର ସରକାର ଓଡ଼ିଶାକୁ ଫସଲ ବୀମା ଦେୟ ପ୍ରଦାନ କରିବାର ଅଛି, ତେଣୁ ପଶ୍ଚିମ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଫସଲ ବୀମା ଅର୍ଥ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ନିୟମିତ ଉଦ୍ୟମ ଏବଂ ସମନ୍ବୟ ରକ୍ଷା କରିଆସୁଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଚିଠି ଲେଖି ଓଡ଼ିଶା ଚାଷୀଙ୍କର ପଡି ରହିଥିବା ଫସଲ ବୀମା ଦେୟ ପ୍ରଦାନ ଲାଗି କହିଛନ୍ତି। ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଭେଟି ଫସଲ ବୀମା ଅର୍ଥ ମଞ୍ଜୁର କରିବାକୁ ଅନୁରୋଧ କରିଛନ୍ତି, ଯାହାଦ୍ୱାରା ଓଡ଼ିଶାର କୃଷକମାନେ ସେମାନଙ୍କ ଫସଲ ବୀମା ଦେୟ ପାଇପାରିବେ। ତେବେ ଆଶ୍ଚର୍ଯ୍ୟଜନକ ଏବଂ ଦୁର୍ଭାଗ୍ୟଜନକର କଥା ହେଉଛି ଭାଜପା ଓଡ଼ିଶାର ଚାଷୀଙ୍କୁ ବିଭ୍ରାନ୍ତ କରୁଛି। ଫସଲ ବୀମା ଦେୟ ପ୍ରଦାନ ନ କରିବାର ଦୋଷକୁ ରାଜ୍ୟ ମୁଣ୍ଡରେ ଲଦୁଛି। କୃଷକଙ୍କୁ ବିଭ୍ରାନ୍ତ କରିବା ଏବଂ ମିଥ୍ୟା ବିବୃତି ଦେବା ପରିବର୍ତ୍ତେ ଫସଲ ବୀମା ଦେବାର ବିଫଳତାକୁ ଭାଜପା ଗ୍ରହଣ କରିବା ଉଚିତ। ଓଡ଼ିଶା ଚାଷୀଙ୍କ ପଡ଼ି ରହିଥିବା ବୀମା ଅର୍ଥ ମଞ୍ଜୁର କରିବାକୁ ଦିଲ୍ଲୀ ସରକାରଙ୍କୁ କହିବା ଉଚିତ୍‌। ଯଦି ଭାଜପା ପଶ୍ଚିମ ଓଡ଼ିଶାର କୃଷକଙ୍କୁ ସେମାନଙ୍କ ପଡ଼ି ରହିଥିବା ଫସଲ ବୀମା ଅର୍ଥ ଶୀଘ୍ର ଦେବାରେ ବିଫଳ ହୁଏ ତେବେ ଏହି ମିଥ୍ୟା ତଥା ଶୋଷଣ ପାଇଁ ଲକ୍ଷ ଲକ୍ଷ ଚାଷୀ ଭାଜପାକୁ କଦାପି କ୍ଷମା କରିବେ ନାହିଁ ବୋଲି ଦେବେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?